ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନିର୍ବାଚନରେ ଜାଲିଆତି ଅଭିଯୋଗ: ସୁପ୍ରିମକୋର୍ଟ ଯିବ ଟିଏମସି

0


ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ରାଜ୍ୟରେ ରାଜନୀତିକ ତର୍କବିତର୍କ ଜୋର ଧରିଛି। ନିର୍ବାଚନରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ କରି ତୃଣମୂଳ କଂଗ୍ରେସ (ଟିଏମସି) ଆଇନୀ ପଦକ୍ଷେପ ନେବାକୁ ପ୍ରସ୍ତୁତ ହୋଇଛି। ଦଳ ପକ୍ଷରୁ କୁହାଯାଇଛି ଯେ ଏହି ମାମଲାକୁ ନେଇ ଖୁବଶୀଘ୍ର ସୁପ୍ରିମକୋର୍ଟର ଦ୍ବାରସ୍ଥ ହେବେ। ଟିଏମସି ସୁପ୍ରିମୋ ଓ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାବେ ବିଜେପି ଏବଂ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ ନିର୍ବାଚନ ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଛି ଏବଂ ଏହା ଲୋକତନ୍ତ୍ର ପାଇଁ ଚିନ୍ତାଜନକ। ଏହି ଅଭିଯୋଗକୁ ନେଇ ସେ ଅଦାଲତରେ ଲଢେଇ କରିବେ ବୋଲି ଘୋଷଣା କରିଛନ୍ତି।

ମମତା ଆହୁରି କହିଛନ୍ତି ଯେ ଆବଶ୍ୟକ ପଡ଼ିଲେ ସେ ନିଜର ପୂର୍ବ ଆଇନ ପେସାକୁ ଫେରି ଏହି ଲଢେଇକୁ ଆଗକୁ ନେବେ। ବିଜେପି ଜାଲିଆତି କରି ନିର୍ବାଚନରେ ବିଜୟୀ ହୋଇଥିବା ଅଭିଯୋଗ କରି ସେ କହିଛନ୍ତି ଯେ ଲୋକତନ୍ତ୍ରକୁ ବଞ୍ଚାଇବା ପାଇଁ ଏହି ଲଢେଇ ଜାରି ରହିବ।

ତେବେ ବିଜେପି ଟିଏମସିର ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛି। ଦଳ ପକ୍ଷରୁ କୁହାଯାଇଛି ଯେ ଜନତାଙ୍କ ସମର୍ଥନରେ ବିଜେପି ବିଜୟ ହାସଲ କରିଛି ଏବଂ ଟିଏମସି ପରାଜୟକୁ ମାନିପାରୁ ନାହିଁ। ଏହି ପ୍ରସଙ୍ଗକୁ ନେଇ ପଶ୍ଚିମବଙ୍ଗର ରାଜନୀତି ଆଗାମୀ ଦିନରେ ଆହୁରି ତୀବ୍ର ହେବା ସ୍ପଷ୍ଟ ହୋଇଛି।

Leave A Reply

Your email address will not be published.