ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ସୁଦୃଢ଼ ହେବ ଓଡ଼ିଶା-ବଙ୍ଗ ସମ୍ପର୍କ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

କଲିକତା: ପଶ୍ଚିମବଙ୍ଗରେ ବିଜେପି ସରକାର ଗଠନକୁ ଐତିହାସିକ ଓ ସ୍ମରଣୀୟ ଘଟଣା ବୋଲି ବର୍ଣ୍ଣନା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପି ବିଧାୟକ ଦଳ ନେତା ଚୟନ କାର୍ଯ୍ୟକ୍ରମରେ ସହ-ପର୍ଯ୍ୟବେକ୍ଷକ ଭାବେ ଯୋଗଦେଇ ସେ କହିଛନ୍ତି ଯେ, ଏହି ରାଜନୈତିକ ପରିବର୍ତ୍ତନ ଓଡ଼ିଶା ଓ ପଶ୍ଚିମବଙ୍ଗ ମଧ୍ୟରେ ସମ୍ପର୍କକୁ ଆହୁରି ମଜବୁତ କରିବ।

ମୁଖ୍ୟମନ୍ତ୍ରୀ ନବନିର୍ବାଚିତ ବିଧାୟକ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ଅଭିନନ୍ଦନ ଜଣାଇବା ସହ ସମସ୍ତ ବିଜୟୀ ବିଧାୟକଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ, ୨୦୧୧ ପରେ ପ୍ରଥମଥର ପାଇଁ ପଶ୍ଚିମବଙ୍ଗରେ ବିଜେପି ୨୦୦ରୁ ଅଧିକ ଆସନ ଜିତି ନୂଆ ଇତିହାସ ସୃଷ୍ଟି କରିଛି। ଏହି ବିଜୟ ପାଇଁ ସେ ବଙ୍ଗର ସମସ୍ତ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୋହନ ମାଝୀ କହିଥିଲେ, ମହାପ୍ରଭୁ ଜଗନ୍ନାଥ ଓ ମାଆ କାଳୀଙ୍କ ଆଶୀର୍ବାଦରୁ ଏହି ବିଜୟ ସମ୍ଭବ ହୋଇପାରିଛି। ଓଡ଼ିଶାର ଲୋକେ କୋଲକାତାକୁ ନିଜର ଦ୍ୱିତୀୟ ଘର ଭାବେ ଦେଖନ୍ତି ଏବଂ ଦୁଇ ରାଜ୍ୟର ଲୋକଙ୍କ ମଧ୍ୟରେ ସାଂସ୍କୃତିକ ଓ ଆଧ୍ୟାତ୍ମିକ ସମ୍ପର୍କ ଅତ୍ୟନ୍ତ ଗଭୀର। ଏହି ନୂଆ ରାଜନୈତିକ ପରିସ୍ଥିତି ଦୁଇ ରାଜ୍ୟର ସମ୍ପର୍କକୁ ଆହୁରି ସୁଦୃଢ଼ କରିବ ବୋଲି ସେ ଆଶା ପ୍ରକାଶ କରିଥିଲେ। ସେ ଆହୁରି କହିଥିଲେ ଯେ, ଦୀର୍ଘ ଦଶକ ପରେ ପଶ୍ଚିମବଙ୍ଗରେ ପରିବର୍ତ୍ତନର ନୂଆ ସକାଳ ଆସିଛି ଏବଂ ରାଜ୍ୟରେ ବିକାଶର ଏକ ନୂତନ ଅଧ୍ୟାୟ ଆରମ୍ଭ ହେବ। ଏହି ଦାୟିତ୍ୱ ପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ଦଳୀୟ ନେତୃତ୍ୱଙ୍କୁ କୃତଜ୍ଞତା ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ କହିବା ଅନୁଯାୟୀ, ପଶ୍ଚିମବଙ୍ଗର ଜନତା ଭୟ ଓ ଅନିଶ୍ଚିତତାକୁ ପଛରେ ପକାଇ ବିକାଶ ଓ ସୁଶାସନର ପଥକୁ ବାଛିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ବିକଶିତ ଭାରତ’ ଦୃଷ୍ଟିକୋଣରେ ପୂର୍ବ ଭାରତର ବିକାଶ ଗୁରୁତ୍ୱପୂର୍ଣ୍ଣ ଅଂଶ ଓ ପଶ୍ଚିମବଙ୍ଗର ଏହି ବିଜୟ ସେହି ଲକ୍ଷ୍ୟ ପୂରଣରେ ନୂଆ ଦିଗ ଖୋଲିଦେବ।

Leave A Reply

Your email address will not be published.