ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ

0

କୋଲକାତା: ପଶ୍ଚିମବଙ୍ଗ ରାଜନୀତିରେ ଶନିବାର ଏକ ଐତିହାସିକ ଅଧ୍ୟାୟ ଯୋଡ଼ାଯାଇଛି। ଭାଜପାର ବରିଷ୍ଠ ନେତା ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।
ଶୁଭେନ୍ଦୁଙ୍କ ସହ ଦିଲୀପ ଘୋଷ , ଅଗ୍ନିମିତ୍ରା ପୌଲ , ନିଶିଥ ପ୍ରାମାଣିକ ସମେତ ଅନ୍ୟ ୫ ଜଣ ନେତା ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। କୋଲକାତାର ବ୍ରିଗେଡ୍‌ ପରେଡ୍‌ ଗ୍ରାଉଣ୍ଡରେ ଆୟୋଜିତ ଏହି ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ଦେଶର ଶୀର୍ଷ ଭାଜପା ନେତୃତ୍ୱ ଉପସ୍ଥିତ ରହିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ , ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଓ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ସମେତ NDA ଶାସିତ ରାଜ୍ୟମାନଙ୍କର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ଥିଲେ।

Leave A Reply

Your email address will not be published.