ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

୧୮ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ

0

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ଆସନ୍ତା ୧୮ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ ହେବାରୁ ରାଜ୍ୟ ବିଜେପି ଶିବିରରେ ବେଶ ଉତ୍ସାହ ଦେଖାଯାଇଛି।

ସୂଚନା ଅନୁଯାୟୀ, ଜଟଣୀରେ ଆୟୋଜିତ ଦୁଇ ଦିନିଆ ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିରରେ ସେ ଯୋଗଦେବେ। ଶିବିରର ଉଦଘାଟନୀ ଅଧିବେଶନରେ ନିତିନ ନବୀନ କର୍ମୀମାନଙ୍କୁ ସମ୍ବୋଧନ କରି ସାଙ୍ଗଠନିକ ମାର୍ଗଦର୍ଶନ ଦେବେ।

ସେହିଦିନ ସକାଳ ୯ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ବିଜେପିର ଶୀର୍ଷ ନେତୃତ୍ୱ ଓ ହଜାର ହଜାର କର୍ମୀ ତାଙ୍କୁ ସ୍ୱାଗତ କରିବେ। ବିମାନବନ୍ଦରରୁ ଜଟଣୀ ପର୍ଯ୍ୟନ୍ତ ବିଶାଳ ଶୋଭାଯାତ୍ରାର ମଧ୍ୟ ଆୟୋଜନ କରାଯାଇଛି। ଏହି ରାଲି ମାଧ୍ୟମରେ ଦଳ ନିଜର ସାଙ୍ଗଠନିକ ଶକ୍ତି ପ୍ରଦର୍ଶନ କରିବାକୁ ଯୋଜନା କରିଛି।

ଅପରାହ୍ନରେ ସେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ହେବାକୁ ଥିବା କୋର କମିଟି ବୈଠକରେ ଯୋଗଦେବେ। ଏହା ସହ ମନ୍ତ୍ରୀ ଓ ଶୀର୍ଷ ନେତାମାନଙ୍କ ସହ ଆଲୋଚନା କରି ସରକାର ଓ ସଂଗଠନ ମଧ୍ୟରେ ସମନ୍ୱୟକୁ ଆହୁରି ସୁଦୃଢ଼ କରିବା ନେଇ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହୋଇପାରେ। ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ନିତିନ ନବୀନଙ୍କ ଏହି ଓଡ଼ିଶା ଗସ୍ତକୁ ବିଜେପି ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି।

Leave A Reply

Your email address will not be published.