ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଦ୍ୱିତୀୟ ଥର ପାଇଁ ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ ବିଶ୍ୱଶର୍ମା

0

ଆସାମ: ଆସାମରେ ପୁଣି ହିମନ୍ତ ସରକାର । ହିମନ୍ତ ବିଶ୍ୱଶର୍ମା ଦ୍ୱିତୀୟ ଥର ପାଇଁ ଆସାମ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି।ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଖାନାପଡା ଭେଟେନାରୀ କଲେଜ ଗ୍ରାଉଣ୍ଡରେ ଆୟୋଜିତ ଏହି ଶପଥ ଗ୍ରହଣ ସମାରୋହ ଭବ୍ୟ ଭାବେ ଅନୁଷ୍ଠିତ ହୋଇଛି। ଏହା ସହ ଆସାମରେ ଲଗାତାର ତୃତୀୟ ଥର ପାଇଁ ଏନଡିଏ ନେତୃତ୍ୱାଧୀନ ସରକାର ଗଠିତ ହୋଇଛି।

ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସହିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ। ଓଡ଼ିଶାରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଯୋଗ ଦେଇଥିଲେ। ହିମନ୍ତ ବିଶ୍ୱଶର୍ମା ଶପଥ ଗ୍ରହଣ ପରେ ସୋସିଆଲ ମିଡିଆରେ ତାଙ୍କ ନୂତନ କ୍ୟାବିନେଟ ସଦସ୍ୟଙ୍କ ନାମ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ତାଙ୍କ ସହ ଆଉ କିଛି ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି ଏବଂ ନୂତନ ସରକାର ଆସାମକୁ ବିକାଶର ନୂତନ ଶିଖରକୁ ନେବାକୁ ସମର୍ପିତ ରହିବ। ଶପଥ ଗ୍ରହଣ ପରେ ନୂତନ ସରକାର ଶୀଘ୍ର ପ୍ରଥମ କ୍ୟାବିନେଟ ବୈଠକ କରିବା ଯୋଜନା ରହିଛି।

Leave A Reply

Your email address will not be published.