ପ୍ରମୁଖ ଖବର

ଘୋଷଣା ହେଲା ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର; ‘ପୁଷ୍କରା’, ‘ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌’ ଓ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ତଦନ୍ତ ସରିଲା, ଆଜି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଇପାରେ କମିଟି
ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା ସ୍କୁଲ୍ ବ୍ୟାଗ୍
ରଥଯାତ୍ରାରେ ପିପିଲି ଟୋଲ୍‌ ଫି’ ଛାଡ଼, ଚଳାଚଳ କରିବ ହଜାରେ ବସ୍‌
ବିଜେଡିରେ ସାମିଲ ହେଲେ ସୁଜାତା ଆର୍ କାର୍ତ୍ତିକେୟନ

ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ସଙ୍କଟ

0

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ସହ ସମଗ୍ର ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଗୁରୁତର ରୂପ ନେଇଛି। ଏହି ପରିସ୍ଥିତିକୁ ନେଇ ଚିନ୍ତା ପ୍ରକାଶ କରିଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ସଂଘର ସମ୍ପାଦକ କହିଛନ୍ତି, ଯଦି ଏଭଳି ସ୍ଥିତି ଜାରି ରହେ, ତେବେ ଆସନ୍ତା ୬ରୁ ୭ ଦିନ ମଧ୍ୟରେ ଘରୋଇ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ।

ସରକାରଙ୍କୁ ପବ୍ଲିକ ଟ୍ରାନ୍ସପୋର୍ଟ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବା ସହ କାର୍ଡ ବ୍ୟବସ୍ଥା ମାଧ୍ୟମରେ ଡିଜେଲ ଯୋଗାଣ କରିବାକୁ ଅନୁରୋଧ କରିଛନ୍ତି। ବର୍ତ୍ତମାନ ରାଜ୍ୟରେ ପ୍ରାୟ ୧୪ ହଜାର ଘରୋଇ ବସ୍ ଚଳାଚଳ କରୁଥିବାବେଳେ, ତେଲ ଅଭାବରୁ ପ୍ରାୟ ୨ ହଜାର ବସ୍ ବନ୍ଦ ହୋଇପଡ଼ିଛି। ବିଶେଷକରି ଗ୍ରାମାଞ୍ଚଳରେ ଡିଜେଲ ନ ମିଳିବାରୁ ବସ୍ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି।

ସେପଟେ ପେଟ୍ରୋଲ-ଡିଜେଲ ସଙ୍କଟ ନେଇ ଆଜି ସରକାରୀ ସ୍ତରରେ ବଡ଼ ନିଷ୍ପତ୍ତି ଆସିପାରେ ବୋଲି ସଙ୍କେତ ମିଳିଛି। ମୁଖ୍ୟ ଶାସନ ସଚିବଙ୍କ ସୂଚନା ପରେ ସମସ୍ତଙ୍କ ନଜର ସରକାରଙ୍କ ପରବର୍ତ୍ତୀ ପଦକ୍ଷେପ ଉପରେ ରହିଛି।

Leave A Reply

Your email address will not be published.