ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ସଙ୍କଟ

0

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ସହ ସମଗ୍ର ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଗୁରୁତର ରୂପ ନେଇଛି। ଏହି ପରିସ୍ଥିତିକୁ ନେଇ ଚିନ୍ତା ପ୍ରକାଶ କରିଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ସଂଘର ସମ୍ପାଦକ କହିଛନ୍ତି, ଯଦି ଏଭଳି ସ୍ଥିତି ଜାରି ରହେ, ତେବେ ଆସନ୍ତା ୬ରୁ ୭ ଦିନ ମଧ୍ୟରେ ଘରୋଇ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ।

ସରକାରଙ୍କୁ ପବ୍ଲିକ ଟ୍ରାନ୍ସପୋର୍ଟ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବା ସହ କାର୍ଡ ବ୍ୟବସ୍ଥା ମାଧ୍ୟମରେ ଡିଜେଲ ଯୋଗାଣ କରିବାକୁ ଅନୁରୋଧ କରିଛନ୍ତି। ବର୍ତ୍ତମାନ ରାଜ୍ୟରେ ପ୍ରାୟ ୧୪ ହଜାର ଘରୋଇ ବସ୍ ଚଳାଚଳ କରୁଥିବାବେଳେ, ତେଲ ଅଭାବରୁ ପ୍ରାୟ ୨ ହଜାର ବସ୍ ବନ୍ଦ ହୋଇପଡ଼ିଛି। ବିଶେଷକରି ଗ୍ରାମାଞ୍ଚଳରେ ଡିଜେଲ ନ ମିଳିବାରୁ ବସ୍ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି।

ସେପଟେ ପେଟ୍ରୋଲ-ଡିଜେଲ ସଙ୍କଟ ନେଇ ଆଜି ସରକାରୀ ସ୍ତରରେ ବଡ଼ ନିଷ୍ପତ୍ତି ଆସିପାରେ ବୋଲି ସଙ୍କେତ ମିଳିଛି। ମୁଖ୍ୟ ଶାସନ ସଚିବଙ୍କ ସୂଚନା ପରେ ସମସ୍ତଙ୍କ ନଜର ସରକାରଙ୍କ ପରବର୍ତ୍ତୀ ପଦକ୍ଷେପ ଉପରେ ରହିଛି।

Leave A Reply

Your email address will not be published.