ନ୍ୟୁଜ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) ୨ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହ ଡିଏ ୫୮ ପ୍ରତିଶତରୁ ବଢ଼ି ୬୦ ପ୍ରତିଶତକୁ ପହଞ୍ଚିଛି। ଏହି ବର୍ଦ୍ଧିତ ଡିଏ ୨୦୨୬ ଜାନୁଆରୀ ଠାରୁ ପିଛିଲା ଭାବରେ ଲାଗୁ ହେବ। ଚଳିତ ମେ ମାସର ଦରମା ସହ ଏହାର ନଗଦ ଭୁଗତାନ କରାଯିବ ବୋଲି ସରକାର ସୂଚନା ଦେଇଛନ୍ତି। ପେନ୍ସନଭୋଗୀଙ୍କ ପାଇଁ ମଧ୍ୟ ସମାନ ହାରରେ ଟିଆଇ (TI) ୨ ପ୍ରତିଶତ ବଢ଼ାଯାଇଛି। ସେମାନେ ମଧ୍ୟ ମେ ମାସ ପେନ୍ସନ ସହ ଏହି ବର୍ଦ୍ଧିତ ଲାଭ ପାଇବେ। ଏହି ନିଷ୍ପତ୍ତି ଫଳରେ ରାଜ୍ୟର ପ୍ରାୟ ସାଢେ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଲାଭାନ୍ବିତ ହେବେ।
ପ୍ରମୁଖ ଖବର
ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ