ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ପଥରରେ ଛେଚି ଯୁବକଙ୍କୁ ହତ୍ୟା

0

ଜଙ୍ଗଲରୁ ମୃତଦେହ ଉଦ୍ଧାର

ନ୍ୟୁଜ୍ ବ୍ୟୁରୋ: କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ତୁମୁସିଙ୍ଗା ଥାନା ସୋଗର ପାଟଣା ଗ୍ରାମରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ବେଳେ ମୃତଦେହକୁ ପାଖ ଜଙ୍ଗଲରେ ଫିଙ୍ଗି ଦିଆଯାଇଥିବା ସୂଚନା ମିଳିଛି। ଘଟଣା ପରେ ସମଗ୍ର ଅଞ୍ଚଳରେ ଭୟ ଓ ଆତଙ୍କର ପରିସ୍ଥିତି ସୃଷ୍ଟି ହୋଇଛି।

ମୃତ ଯୁବକ ହେଲେ ସୋଗର ପାଟଣା ଗ୍ରାମର ପ୍ରଭାକର ମହାରଣାଙ୍କ ପୁଅ ନରହରି ମହାରଣା(୩୭)। ସୂଚନା ଅନୁସାରେ, ମଙ୍ଗଳବାର ରାତିରେ ନରହରି ଘରୁ ବାହାରିଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିଲେ। ପରେ ପଥରରେ ଛେଚି ତାଙ୍କୁ ହତ୍ୟା କରି ମୃତଦେହକୁ ଜଙ୍ଗଲ ଅଞ୍ଚଳରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଆଜି ସକାଳେ କିଛି ଗ୍ରାମବାସୀ ଜଙ୍ଗଲ ନିକଟରେ ମୃତଦେହ ପଡ଼ିଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ତୁମୁସିଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ପଠାଇଛି। ସେଥିସହ ଘଟଣାର ତଦନ୍ତ ଆରମ୍ଭ କରାଯାଇଛି।

ଏହି ହତ୍ୟାକାଣ୍ଡ ପଛରେ ପୁରୁଣା ଶତ୍ରୁତା ନା ଅନ୍ୟ କୌଣସି କାରଣ ରହିଛି, ସେନେଇ ପୁଲିସ ବିଭିନ୍ନ ଦିଗରୁ ତଦନ୍ତ କରୁଛି। ଘଟଣା ପରେ ସମଗ୍ର ଗ୍ରାମରେ ଶୋକର ପରିବେଶ ଦେଖାଦେଇଛି।

Leave A Reply

Your email address will not be published.