ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ

0

କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। କେନ୍ଦୁଝର ଟାଉନ ଥାନା ଅଧୀନ ନରଣପୁର ଅଞ୍ଚଳରେ ପ୍ରବଳ ଝଡ଼ପବନରେ ଏକ ଟେଣ୍ଟ ଭାଙ୍ଗି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।
ଆଜି ଅପରାହ୍ଣରେ ହଠାତ୍ ପ୍ରବଳ ଘୂର୍ଣ୍ଣିଝଡ଼, ବର୍ଷା ଓ ଜୋର ପବନ ହୋଇଥିଲା। ଏହି ସମୟରେ ଏକ ଭୋଜି ପାଇଁ ପ୍ରସ୍ତୁତ ହୋଇଥିବା ଟେଣ୍ଟ ପବନରେ ଭୁଶୁଡ଼ି ପଡ଼ିଥିଲା। ଟେଣ୍ଟ ତଳେ ଚାପି ହୋଇ ୩ ଜଣଙ୍କ ଜୀବନ ଯାଇଥିବାବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।
ଆହତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣା ପରେ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏପଟେ କାଳବୈଶାଖୀ ପ୍ରଭାବରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ପଡ଼ିଥିବାବେଳେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଅଞ୍ଚଳରେ ବିଦ୍ୟୁତ୍ ସରବରାହ ମଧ୍ୟ ବାଧାପ୍ରାପ୍ତ ହୋଇଥିବା ସୂଚନା ମିଳିଛି।

Leave A Reply

Your email address will not be published.