ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

0

ନ୍ୟୁଜ୍ ବ୍ୟୁରୋ: ଆସନ୍ତା ଜୁଲାଇ ୧୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ରଥଯାତ୍ରାକୁ ସୁରକ୍ଷିତ, ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ନିମନ୍ତେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରଥଯାତ୍ରା ସମୟରେ ଭକ୍ତମାନଙ୍କ ସୁରକ୍ଷା, ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ପରିଚାଳନାକୁ ନେଇ ବିସ୍ତୃତ ଆଲୋଚନା ହୋଇଥିଲା। କୌଣସି ପରିସ୍ଥିତିରେ ତ୍ରୁଟି ନ ହେବା ପାଇଁ ତୃଣମୂଳ ସ୍ତରରୁ ସମନ୍ୱିତ ଭାବେ କାମ କରିବାକୁ ଡିଜିପି ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ରଥଯାତ୍ରା ସମୟରେ ଦେଶ-ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀକୁ ଆସିବାର ସମ୍ଭାବନା ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରାଯିବ। ଏଥିପାଇଁ ସହରରେ ଅତିରିକ୍ତ ସିସିଟିଭି କ୍ୟାମେରା ଲଗାଯିବା ସହ ଭିଡ଼ ଅଞ୍ଚଳରେ କ୍ରାକ୍ ଟିମ୍ ଓ ସ୍ୱତନ୍ତ୍ର କ୍ଲିୟରାନ୍ସ ପାର୍ଟି ମୁତୟନ କରାଯିବ।
ଟ୍ରାଫିକ ପରିଚାଳନା ପାଇଁ ଅତିରିକ୍ତ ୮ଟି ପାର୍କିଂ ସ୍ଥଳୀ ଚିହ୍ନଟ କରାଯାଇଛି। ରଥ ଟଣା ସମୟରେ ରଥଗୁଡ଼ିକର ସୁଗମ ଗତି ସୁନିଶ୍ଚିତ କରିବାକୁ ସ୍ୱତନ୍ତ୍ର ବ୍ୟବସ୍ଥା ହେବ। ସେହିପରି ହୋଟେଲ, ଲଜ ଓ ସମୁଦ୍ରକୂଳ ଅଞ୍ଚଳରେ ନିୟମିତ ପାଟ୍ରୋଲିଂ ଓ ଯାଞ୍ଚ କରାଯିବ।
ରଥଯାତ୍ରା ସମୟରେ ବାହାର ରାଜ୍ୟର ଅଭ୍ୟାସଗତ ଅପରାଧୀଙ୍କ ଉପରେ ନଜର ରଖିବା ପାଇଁ ରେଳ ଷ୍ଟେସନ ଓ ବସ୍‌ଷ୍ଟାଣ୍ଡର ଏଲଇଡି ସ୍କ୍ରିନରେ ସେମାନଙ୍କ ଫଟୋ ପ୍ରଦର୍ଶନ କରାଯିବ। ଏହା ସହ K-9 ସ୍କ୍ୱାଡ୍, ଏସଓଜି ଟିମ୍, ଏସଟିୟୁ ଟିମ୍ ଓ ରକ୍ଷକ ଯାନ ମଧ୍ୟ ମୁତୟନ କରାଯିବ।ବୈଠକରେ ଦଳାଚକଟା ପରି ପରିସ୍ଥିତିକୁ ଏଡାଇବା, ଆପାତକାଳୀନ ପରିଚାଳନା ଓ ବିଭିନ୍ନ ବିଭାଗ ମଧ୍ୟରେ ତ୍ୱରିତ ସମନ୍ୱୟ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା।

Leave A Reply

Your email address will not be published.