ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

0

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁଲାଇ ୨ରୁ ଆରମ୍ଭ ହୋଇ ୧୦ ତାରିଖରେ ଶେଷ ହେବ। ଏନେଇ ବୋର୍ଡ ପକ୍ଷରୁ ବୁଧବାର ପରୀକ୍ଷା ସୂଚୀ ପ୍ରକାଶ କରାଯାଇଛି।

ପ୍ରକାଶିତ ସୂଚୀ ଅନୁଯାୟୀ, ଜୁଲାଇ ୨ରେ ପ୍ରଥମ ଭାଷା ଓଡ଼ିଆ, ୪ରେ ଦ୍ୱିତୀୟ ଭାଷା ଇଂରାଜୀ, ୬ରେ ଗଣିତ, ୮ରେ ବିଜ୍ଞାନ, ୯ରେ ସାମାଜିକ ବିଜ୍ଞାନ ଏବଂ ୧୦ରେ ତୃତୀୟ ଭାଷା ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଅନୁଷ୍ଠିତ ହେବ। ପୂର୍ବାହ୍ଣ ୯ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ। ଗଣିତ ବିଷୟରେ ପରୀକ୍ଷାର୍ଥୀଙ୍କୁ ଅତିରିକ୍ତ ୧୫ ମିନିଟ୍‌ ସମୟ ଦିଆଯିବ।

ଅନ୍ୟପକ୍ଷରେ, ରାଜ୍ୟ ମୁକ୍ତ ବିଦ୍ୟାଳୟ (ଦ୍ୱିତୀୟ) ପରୀକ୍ଷା ପାଇଁ ମଧ୍ୟ ସୂଚୀ ପ୍ରକାଶ ପାଇଛି। ଜୁଲାଇ ୨ରେ ମାତୃଭାଷା, ୩ରେ ପେଣ୍ଟିଂ, ୪ରେ ଇଂରାଜୀ, ୬ରେ ଗଣିତ, ୭ରେ ହୋମ ସାଇନ୍ସ, ୮ରେ ବିଜ୍ଞାନ, ୯ରେ ସାମାଜିକ ବିଜ୍ଞାନ ଏବଂ ୧୦ରେ ଭାରତୀୟ ସଂସ୍କୃତି ଓ ଐତିହ୍ୟ ବିଷୟରେ ପରୀକ୍ଷା ହେବ।

ଚଳିତ ବର୍ଷ ୧୬ ହଜାରରୁ ଅଧିକ ଛାତ୍ରଛାତ୍ରୀ ଏହି ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିବା ବେଳେ, ଅଗଷ୍ଟ ମାସ ସୁଦ୍ଧା ଫଳ ପ୍ରକାଶ କରିବାକୁ ବୋର୍ଡ ଯୋଜନା କରିଛି।

Leave A Reply

Your email address will not be published.