ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ପଶ୍ଚିମବଙ୍ଗରେ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ

0

୩୫ ମନ୍ତ୍ରୀଙ୍କ ଶପଥ, ମନ୍ତ୍ରିମଣ୍ଡଳର ସଂଖ୍ୟା ୪୧କୁ ବୃଦ୍ଧି

ପଶ୍ଚିମବଙ୍ଗ: ସୋମବାର ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାରର ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ ଅନୁଷ୍ଠିତ ହୋଇଛି। ଏହି ସମ୍ପ୍ରସାରଣରେ ୩୫ ଜଣ ନୂତନ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୧୩ ଜଣ କ୍ୟାବିନେଟ ମନ୍ତ୍ରୀ ଓ ୨୨ ଜଣ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି, ଯାହାଙ୍କ ମଧ୍ୟରୁ ଦୁଇଜଣ ସ୍ୱାଧୀନ ଦାୟିତ୍ୱରେ ନିଯୁକ୍ତ ହୋଇଛନ୍ତି। ପୂର୍ବରୁ ଶୁଭେନ୍ଦୁ ଅଧିକାରୀଙ୍କ ସହିତ ପାଞ୍ଚ ଜଣ ମନ୍ତ୍ରୀ ଶପଥ ନେଇଥିବାବେଳେ, ନୂତନ ଯୋଗଦାନ ସହିତ ମନ୍ତ୍ରିମଣ୍ଡଳର ମୋଟ ସଦସ୍ୟ ସଂଖ୍ୟା ୪୧ରେ ପହଞ୍ଚିଛି।

ଉଲ୍ଲେଖନୀୟ ଯେ, ଶୁଭେନ୍ଦୁ ଅଧିକାରୀ ମେ ୯ ତାରିଖରେ କୋଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ସେହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଉପସ୍ଥିତ ଥିଲେ। ସେତେବେଳେ ଦିଲୀପ ଘୋଷ, ଅଗ୍ନିମିତ୍ର ପାଉଲ, ନିସିଥ ପ୍ରାମାଣିକ, ଖୁଦିରାମ ଟୁଡୁ ଏବଂ ଅଶୋକ କୀର୍ତନିଆ ମଧ୍ୟ ମନ୍ତ୍ରୀ ଭାବେ ଶପଥ ନେଇଥିଲେ।

Leave A Reply

Your email address will not be published.