ପ୍ରମୁଖ ଖବର

କେନ୍ଦୁପତ୍ର ତୋଳାଳିଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର; ବୋନସ ଓ ମୂଲ୍ୟବୃଦ୍ଧିକୁ ମଞ୍ଜୁରି
ଜୁଲାଇ ୧୭ରେ ଗଡ଼ିବ ଦେଶର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍, ଶୁଭାରମ୍ଭ କରିବେ ମୋଦୀ
ଓସିସିଏଲ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨୩ କୋଠରୀର ଲଜ୍ ସହ ୮ ପ୍ଲଟ୍ ଠାବ
ଓସିସିଏଲ୍ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୨୩ କୋଠରୀର ଲଜ୍ ସହ ୮ ପ୍ଲଟ୍ ଠାବ
ଆନ୍ଧ୍ରରେ ୨ କୋଭିଡ୍ ମୃତ୍ୟୁ ପରେ ଓଡ଼ିଶା ସୀମାରେ ହାଇଆଲର୍ଟ
ରୋଡ୍ ରୋଲର ଚଳାଇ ୪୭୨ କୋଟି ଟଙ୍କାର ନିଶାଦ୍ରବ୍ୟ ନଷ୍ଟ କଲେ ହିମନ୍ତ ବିଶ୍ୱ ସର୍ମା

କଲେଜ ଛାତ୍ରାବାସରେ ବିଟେକ୍ ଛାତ୍ରଙ୍କ ଆତ୍ମହତ୍ୟା

0

ଭୁବନେଶ୍ବର: ଭୁବନେଶ୍ୱରର ଚନ୍ଦକା ଥାନା ଅନ୍ତର୍ଗତ ମେଣ୍ଢାଶାଳ ଫାଣ୍ଡି ଅଧୀନ ଛତାବର ଅଞ୍ଚଳର ଏକ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ଜଣେ ବିଟେକ୍ ପ୍ରଥମ ବର୍ଷର ଛାତ୍ର ଆତ୍ମହତ୍ୟା କରିଥିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତ ଛାତ୍ର ହେଲେ ସୁବାଶିଷ ପରିଜିତ। ତାଙ୍କ ଘର କେନ୍ଦ୍ରାପଡା ଜିଲ୍ଲାରେ ବୋଲି ଜଣାପଡ଼ିଛି।

ସୁବାଶିଷ ଉକ୍ତ ଶିକ୍ଷାନୁଷ୍ଠାନର ଛାତ୍ରାବାସରେ ରହି ପାଠପଢ଼ା କରୁଥିଲେ। ତେବେ କେଉଁ ପରିସ୍ଥିତିରେ ସେ ଏଭଳି ଚରମ ପଦକ୍ଷେପ ନେଲେ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଘଟଣା ସମ୍ପର୍କରେ ଖବର ପାଇ ଚନ୍ଦକା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି ଏବଂ ଘଟଣାର କାରଣ ଜାଣିବା ପାଇଁ ତଦନ୍ତ ଆରମ୍ଭ କରିଛି।

ପୁଲିସ ପକ୍ଷରୁ ଛାତ୍ରଙ୍କ ପରିବାର ସଦସ୍ୟଙ୍କୁ ସୂଚନା ଦିଆଯାଇଥିବା ବେଳେ, ମୃତ୍ୟୁ ପଛରେ କୌଣସି ବ୍ୟକ୍ତିଗତ, ଶିକ୍ଷାଗତ କିମ୍ବା ଅନ୍ୟ କାରଣ ରହିଛି କି ନାହିଁ ସେନେଇ ତଦନ୍ତ ଜାରି ରହିଛି। ଘଟଣାଟି କ୍ୟାମ୍ପସ ଏବଂ ଛାତ୍ରମହଳରେ ଶୋକର ଛାୟା ଖେଳାଇ ଦେଇଛି।

Leave A Reply

Your email address will not be published.