ବେଙ୍ଗାଳୁରୁ: କର୍ଣ୍ଣାଟକରେ ନେତୃତ୍ୱ ପରିବର୍ତ୍ତନ ପରେ ବୁଧବାର ଡି.କେ. ଶିବକୁମାର କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ବେଙ୍ଗାଳୁରୁର ଲୋକ ଭବନରେ ଆୟୋଜିତ ଏହି ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।
ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ପଦତ୍ୟାଗ ପରେ ଶିବକୁମାର ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ସମାରୋହରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖର୍ଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ସିଦ୍ଧରମୈୟା ଉପସ୍ଥିତ ଥିଲେ। ଶପଥ ସମୟରେ ଶିବକୁମାର ହାତରେ ଭାରତୀୟ ସମ୍ବିଧାନର ଏକ ପ୍ରତି ଧରିଥିଲେ।
ସେହିପରି ଜି ପରମେଶ୍ୱର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ‘ବନ୍ଦେ ମାତରମ୍’ ସହ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ଅନେକ ବରିଷ୍ଠ କଂଗ୍ରେସ ନେତା ଯୋଗଦେଇଥିଲେ। ଏହି ନେତୃତ୍ୱ ପରିବର୍ତ୍ତନ ସହିତ କର୍ଣ୍ଣାଟକରେ କଂଗ୍ରେସ ସରକାରର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।
ପ୍ରମୁଖ ଖବର
କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର