ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ

0

ନ୍ୟୁଜ୍ ବ୍ୟୁରୋ: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ସେ ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଏହି ଅବସରରେ ଅନେକ ବିଧାୟକ ଓ ଦଳୀୟ ନେତା ଉପସ୍ଥିତ ଥିଲେ। ଦେବାଶିଷ ସାମନ୍ତରାୟ ରାଜ୍ୟ ବିଜେପି ମୁଖ୍ୟାଳୟରୁ ପଟୁଆରରେ ବାହାରି ବିଧାନସଭାରେ ପହଞ୍ଚି ନାମାଙ୍କନ ଦାଖଲ କରିଥିଲେ। ଏହି ସମୟରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଥିଲେ ଯେ ଦେବାଶିଷ ସାମନ୍ତରାୟଙ୍କ ଯୋଗଦାନ ଦଳକୁ ଉପକୂଳ ଓଡ଼ିଶାରେ ଅଧିକ ଶକ୍ତିଶାଳୀ କରିବ।

ପୂର୍ବରୁ ବିଜୁ ଜନତା ଦଳ l (ବିଜେଡି ) ଟିକେଟରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ଦେବାଶିଷ ସାମନ୍ତରାୟ ଗତ ମାସରେ ସାଂସଦ ପଦ ଓ ଦଳୀୟ ସଦସ୍ୟତାରୁ ଇସ୍ତଫା ଦେଇଥିଲେ। ପରେ ସେ ବିଜେପିରେ ଯୋଗଦାନ କରିଥିଲେ। ଆସନ୍ତା ୧୮ ଜୁନରେ ଓଡ଼ିଶା ବିଧାନସଭାରେ ଏହି ରାଜ୍ୟସଭା ଉପନିର୍ବାଚନ ପାଇଁ ଭୋଟଗ୍ରହଣ ହେବ।

Leave A Reply

Your email address will not be published.