ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ବାଲିଗୁଡ଼ା ଏଇଇ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍

0

ଭୁବନେଶ୍ୱର: ଆୟବର୍ହିଭୂତ ସମ୍ପତ୍ତି (ଡିଏ) ଠୁଳ କରିଥିବା ଅଭିଯୋଗରେ ବୈକୁଣ୍ଠ ନାଥଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ବ୍ୟାପକ ଚଢ଼ାଉ ଆରମ୍ଭ ହୋଇଛି। ଶନିବାର ସକାଳୁ ଭିଜିଲାନ୍ସର ଏକ ବଡ଼ ଟିମ୍ ଭୁବନେଶ୍ୱର, ବାରିପଦା, ଧର୍ମଶାଳା ଏବଂ ବାଲିଗୁଡ଼ା ସମେତ ବିଭିନ୍ନ ସ୍ଥାନରେ ଏକକାଳୀନ ତଲାସି ଚଳାଇଛି।
ସୂଚନା ଅନୁଯାୟୀ, ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ମାନ୍ୟବର ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଭୁବନେଶ୍ୱରଙ୍କ ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ଚଢ଼ାଉ କରାଯାଉଛି। ଦୁଇ ଜଣ ଅତିରିକ୍ତ ଏସ୍‌ପିଙ୍କ ନେତୃତ୍ୱରେ ଗଠିତ ଟିମ୍‌ରେ ୫ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ଭିଜିଲାନ୍ସ କର୍ମଚାରୀ ସାମିଲ ଅଛନ୍ତି।

ଭିଜିଲାନ୍ସ ଟିମ୍ ଶ୍ରୀ ବେହେରାଙ୍କ ସହ ସମ୍ପୃକ୍ତ ମୋଟ ୯ଟି ସ୍ଥାନରେ ତଲାସି ଚଳାଇଛି। ଏଥିରେ ଭୁବନେଶ୍ୱରରେ ଥିବା ତାଙ୍କର ଚାରି ମହଲା, ତିନି ମହଲା ଓ ଦୁଇ ମହଲା ବିଶିଷ୍ଟ ଘର ସମେତ ପୈତୃକ ବାସଭବନ, ସମ୍ପର୍କୀୟଙ୍କ ଘର, ବାଲିଗୁଡ଼ାରେ ଥିବା କାର୍ଯ୍ୟାଳୟ ପ୍ରକୋଷ୍ଠ ଏବଂ ସରକାରୀ ବାସଭବନ ମଧ୍ୟ ରହିଛି।
ତଲାସି ସମୟରେ ବିଭିନ୍ନ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି, ବ୍ୟାଙ୍କ ଜମା, ନିବେଶ, ଜମିଜମା ଓ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ସମ୍ପର୍କିତ ତଥ୍ୟ ଯାଞ୍ଚ କରାଯାଉଛି। ଭିଜିଲାନ୍ସ ଅଧିକାରୀମାନେ ସମ୍ପତ୍ତିର ଉତ୍ସ ଓ ଆୟ ସହ ତାହାର ସମନ୍ୱୟ ଯାଞ୍ଚ କରୁଛନ୍ତି। ତେବେ ଚଢ଼ାଉ ପ୍ରକ୍ରିୟା ଜାରି ଥିବାରୁ ଏପର୍ଯ୍ୟନ୍ତ କେତେ ପରିମାଣର ସମ୍ପତ୍ତି ଠାବ ହୋଇଛି କିମ୍ବା ତାହାର ଆନୁମାନିକ ମୂଲ୍ୟ କେତେ, ସେ ସମ୍ପର୍କରେ ଭିଜିଲାନ୍ସ ପକ୍ଷରୁ କୌଣସି ସରକାରୀ ସୂଚନା ପ୍ରକାଶ କରାଯାଇନାହିଁ। ଚଢ଼ାଉ ଶେଷ ହେବା ପରେ ସମ୍ପତ୍ତିର ସମ୍ପୂର୍ଣ୍ଣ ବିବରଣୀ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.