ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

ଦିଗପହଣ୍ଡି ସଡ଼କ ଦୁର୍ଘଟଣା

0

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି (CMRF)ରୁ ୪ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଦିଆଯିବ ବୋଲି ସୂଚନା ମିଳିଛି। ମହେନ୍ଦ୍ରଗିରି ମେଳା ଦେଖି ଫେରୁଥିବା ବେଳେ ଦିଗପହଣ୍ଡି ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ଏକାଧିକ ଲୋକ ଆହତ ହୋଇଥିବା ବେଳେ ଗତକାଲି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଆହତଙ୍କ ମୃତ୍ୟୁ ହେବା ପରେ ମୃତକ ସଂଖ୍ୟା ଦୁଇକୁ ବୃଦ୍ଧି ପାଇଛି।

ଏହି ଦୁଃଖଦ ଘଟଣା ପରେ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇ ରାଜ୍ୟ ସରକାର ତୁରନ୍ତ ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଆହତମାନଙ୍କ ଚିକିତ୍ସା ଜାରି ରହିଥିବା ବେଳେ ସେମାନଙ୍କ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଶାସନ ନଜର ରଖିଛି। ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ପରିବେଶ ସୃଷ୍ଟି ହୋଇଥିବା ବେଳେ ପୀଡ଼ିତ ପରିବାରଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦେବାକୁ ସରକାର ପକ୍ଷରୁ ପଦକ୍ଷେପ ନିଆଯାଉଛି।

Leave A Reply

Your email address will not be published.