ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ

ମିଶନ ଶକ୍ତି ମହିଳାଙ୍କୁ ମିଳିବ ଆଇଆଇଟିର ଟେକ୍ନୋଲୋଜି ଟ୍ରେନିଂ

0

ଭୁବନେଶ୍ବର: ମିଶନ ଶକ୍ତି ମହିଳାଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟୋଗୀକରଣକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ଜୀବିକା ମିଶନ ଓ ଭୁବନେଶ୍ୱର ଆଇଆଇଟି ମଧ୍ୟରେ ଏକ ବୁଝାମଣା ପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଛି। ଏହି ଚୁକ୍ତି ଅନୁଯାୟୀ ମିଶନ ଶକ୍ତି ମହିଳାଙ୍କୁ ଟେକ୍ନୋଲୋଜି ଏବଂ ନବସୃଜନ କ୍ଷେତ୍ରରେ ପ୍ରଶିକ୍ଷଣ ଦିଆଯିବ।

ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା। ସେ କହିଛନ୍ତି ଯେ, ଆଇଆଇଟିର ପ୍ରଫେସରମାନେ ସିଧାସଳଖ ଭାବେ ମହିଳାଙ୍କୁ ପ୍ରଶିକ୍ଷଣ ଦେବେ, ଯାହା ସେମାନଙ୍କ ଆର୍ଥିକ ସଶକ୍ତିକରଣରେ ସହାୟକ ହେବ। ଏହି କାର୍ଯ୍ୟକ୍ରମରେ ରାଜ୍ୟର ୩୦ଟି ଜିଲ୍ଲାର ‘ଲକ୍ଷପତି ଦିଦି’ମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇଥିଲେ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ୧୫୦ ଜଣ ଲକ୍ଷପତି ଦିଦିଙ୍କୁ କୋଟିପତି ଉଦ୍ୟୋଗୀ ଭାବେ ଗଢ଼ି ତୋଳିବା ଲକ୍ଷ୍ୟ ରଖାଯାଇଛି।

ଅନ୍ୟପଟେ ପର୍ଯ୍ୟଟନ ଓ ପରିବେଶ ଅନୁକୂଳ ପରିବହନ କ୍ଷେତ୍ରରେ ମଧ୍ୟ ବଡ଼ ପଦକ୍ଷେପ ନିଆଯାଉଥିବା ସେ ସୂଚନା ଦେଇଛନ୍ତି। ଆସନ୍ତା ୩ରୁ ୪ ମାସ ମଧ୍ୟରେ କାଳିଜାଇ ମନ୍ଦିର ଅଞ୍ଚଳରେ ଇଭି ବୋଟ୍ ଚଳାଚଳ ଆରମ୍ଭ ହେବ। ସେହିପରି ଚିଲିକା ଓ ଭିତରକନିକା ଜାତୀୟ ଉଦ୍ୟାନ ଅଞ୍ଚଳରେ ଚାଲୁଥିବା ବୋଟ୍‌ଗୁଡ଼ିକୁ ପର୍ଯ୍ୟାୟକ୍ରମେ ଇଭି ଏବଂ ସୌରଚାଳିତ ବ୍ୟବସ୍ଥାରେ ପରିଣତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।

Leave A Reply

Your email address will not be published.