ପ୍ରମୁଖ ଖବର

ଖରିଫ ଧାନ ବିକ୍ରି ପାଇଁ ଆଗ୍ରିଷ୍ଟାକ୍‌ ବାଧ୍ୟତାମୂଳକ ନୁହେଁ
ଆସାମରେ ବନ୍ୟା ନେଲା ଆଉ ୨ ଜୀବନ, ମୃତ୍ୟୁସଂଖ୍ୟା ୧୦୦
ଆଇଗିଣୀଆ ଫ୍ଲାଏଓଭରରେ ବସ୍ ଧକ୍କା, ବାଇକ୍ ଆରୋହୀ ମୃତ
ପ୍ରବଳ ବର୍ଷାରେ ରାଉରକେଲା ଷ୍ଟେସନର ନବନିର୍ମିତ ସେଡ୍ ଭୁଶୁଡ଼ିଲା
ଆଉ ଲମ୍ବା ଧାଡ଼ିରେ ଠିଆ ହେବାକୁ ପଡ଼ିବନି, ‘ଅନ୍ନପୂର୍ଣ୍ଣା ଶସ୍ୟ ଏଟିଏମ୍‌’ରୁ ମିଳିବ ରାସନ
ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍‌’
ଡିଜି ପାହ୍ୟାକୁ ସଞ୍ଜୀବ ପଣ୍ଡା ଓ ଯଶୱନ୍ତ ଜେଠୱାଙ୍କ ପଦୋନ୍ନତି
ହୀରାକୁଦରେ ପୁଣି ୪ ଗେଟ୍‌ ଖୋଲିଲା, ୧୨ ଗେଟ୍‌ରେ ଚାଲିଛି ବନ୍ୟାଜଳ ନିଷ୍କାସନ
ମାଲକାନଗିରି ଜଙ୍ଗଲରୁ କେବିସି ମଞ୍ଚରେ ‘ଜଙ୍ଗଲ ରାଣୀ’ ଜୟନ୍ତୀ ବୁରୁଡ଼ା

ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ

0

ଭୁବନେଶ୍ବର; ରାଜ୍ୟସଭା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଛନ୍ତି। ଉପନିର୍ବାଚନ ପାଇଁ ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିବାରୁ ଭୋଟଗ୍ରହଣର ଆବଶ୍ୟକତା ପଡ଼ିନଥିଲା। ଏହା ପରେ ଗୁରୁବାର ତାଙ୍କୁ ନିର୍ଦ୍ୱନ୍ଦ୍ୱ ବିଜୟୀ ଘୋଷଣା କରାଯାଇଛି।
ଦେବାଶିଷ ସାମନ୍ତରାୟ ୨୦୨୪ ଏପ୍ରିଲରେ ବିଜେଡି ଟିକେଟରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ କାର୍ଯ୍ୟକାଳ ୨୦୩୦ ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ରହିଥାନ୍ତା। କିନ୍ତୁ ଗତ ମେ’ ୨୫ ତାରିଖରେ ସେ ବିଜେଡି ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ପରଦିନ ଅର୍ଥାତ୍ ମେ’ ୨୬ରେ ସେ ବିଜେପିରେ ଯୋଗଦେଇଥିଲେ।

ତାଙ୍କ ଇସ୍ତଫା ପରେ ଖାଲି ହୋଇଥିବା ରାଜ୍ୟସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଥିଲା। ବିଜେପି ତାଙ୍କୁ ପ୍ରାର୍ଥୀ କରିଥିବା ବେଳେ ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ କରିନଥିଲେ। ଫଳରେ ସେ ନିର୍ଦ୍ୱନ୍ଦ୍ୱରେ ଉଚ୍ଚ ସଦନକୁ ପୁନଃ ନିର୍ବାଚିତ ହୋଇଛନ୍ତି। ଦେବାଶିଷ ସାମନ୍ତରାୟଙ୍କର ଦୀର୍ଘ ରାଜନୈତିକ ଅଭିଜ୍ଞତା ରହିଛି। ସେ ତିନିଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୦ ମସିହାରେ ତିର୍ତ୍ତୋଲ ଆସନରୁ ଏବଂ ୨୦୦୯ ଓ ୨୦୧୪ରେ ବାରବାଟୀ-କଟକ ଆସନରୁ ବିଜେଡି ଟିକେଟରେ ବିଧାୟକ ହୋଇଥିଲେ। ତେବେ ୨୦୧୯ ନିର୍ବାଚନରେ ସେ କଂଗ୍ରେସ ପ୍ରାର୍ଥୀ ମହମ୍ମଦ ମୋକିମଙ୍କଠାରୁ ପରାଜିତ ହୋଇଥିଲେ।

Leave A Reply

Your email address will not be published.