ଭଦ୍ରକ ଜିଲ୍ଲାରେ ପୋଲିସ ସହ ଗୁଳି ବିନିମୟ ବେଳେ କୁଖ୍ୟାତ ଅପରାଧୀ ପପୁ ମଲ୍ଲିକ ଗୁଳିବିଦ୍ଧ ହୋଇଛି। ପୋଲିସର ପାଲଟା କାର୍ଯ୍ୟାନୁଷ୍ଠାନରେ ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବା ବେଳେ, ଘଟଣାରେ ଜଣେ ଏଏସଆଇ, ଜଣେ କନଷ୍ଟେବଳ ଓ ଜଣେ ପୋଲିସ ଇନ୍ସପେକ୍ଟର ସମେତ ୩ ଜଣ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ଭଦ୍ରକ ଏସପି ମନୋଜ କୁମାର ରାଉତଙ୍କ ନିର୍ଦ୍ଦେଶକ୍ରମେ ଭଦ୍ରକ ସଦର, ଗ୍ରାମାଞ୍ଚଳ ଏବଂ ପୁରୁଣା ବଜାର ଥାନା ପୋଲିସର ଏକ ମିଳିତ ଟିମ୍ ଚଢ଼ାଉ କରିଥିଲା। ଏହି ସମୟରେ ପପୁ ମଲ୍ଲିକ ଓ ତାଙ୍କ ସହଯୋଗୀଙ୍କୁ ଘେରାଉ କରାଯାଇଥିଲା। ତେବେ ପପୁଙ୍କ ଜଣେ ସହଯୋଗୀ ଘଟଣାସ୍ଥଳରୁ ଖସି ପଳାଇବାରେ ସଫଳ ହୋଇଥିଲେ।
ଚଢ଼ାଉ ବେଳେ ପପୁ ପୋଲିସ ଟିମ୍ ଉପରକୁ ଗୁଳି ଚଳାଇଥିବାରୁ ପୋଲିସ ପାଲଟା ଗୁଳି ଚଳାଇଥିଲା। ଏଥିରେ ପପୁ ମଲ୍ଲିକଙ୍କ ଡାହାଣ ଗୋଡ଼ରେ ଗୁଳି ବାଜି ସେ ଆହତ ହୋଇଥିଲେ।
ଗୁରୁତର ଆହତ ପପୁଙ୍କୁ ପ୍ରଥମେ ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ କଟକସ୍ଥିତ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ପପୁ ମଲ୍ଲିକ ଜଣେ ହିଷ୍ଟ୍ରି-ସିଟର ଅପରାଧୀ ଭାବେ ପରିଚିତ। ତାଙ୍କ ବିରୋଧରେ ହତ୍ୟା, ଡକାୟତି ସମେତ ୨୨ରୁ ଅଧିକ ସଙ୍ଗୀନ ଅପରାଧିକ ମାମଲା ବିଭିନ୍ନ ଥାନାରେ ରହିଛି। ଘଟଣା ପରେ ପଳାତକ ସହଯୋଗୀଙ୍କୁ ଧରିବା ପାଇଁ ପୋଲିସ ତଲାସି ଅଭିଯାନ ଜାରି ରଖିଛି।
ପ୍ରମୁଖ ଖବର
ଖରିଫ ଧାନ ବିକ୍ରି ପାଇଁ ଆଗ୍ରିଷ୍ଟାକ୍ ବାଧ୍ୟତାମୂଳକ ନୁହେଁ
ଆସାମରେ ବନ୍ୟା ନେଲା ଆଉ ୨ ଜୀବନ, ମୃତ୍ୟୁସଂଖ୍ୟା ୧୦୦
ଆଇଗିଣୀଆ ଫ୍ଲାଏଓଭରରେ ବସ୍ ଧକ୍କା, ବାଇକ୍ ଆରୋହୀ ମୃତ
ପ୍ରବଳ ବର୍ଷାରେ ରାଉରକେଲା ଷ୍ଟେସନର ନବନିର୍ମିତ ସେଡ୍ ଭୁଶୁଡ଼ିଲା
ଆଉ ଲମ୍ବା ଧାଡ଼ିରେ ଠିଆ ହେବାକୁ ପଡ଼ିବନି, ‘ଅନ୍ନପୂର୍ଣ୍ଣା ଶସ୍ୟ ଏଟିଏମ୍’ରୁ ମିଳିବ ରାସନ
ଲାଲକିଲ୍ଲାରେ ଶୁଭିବ ‘ବନ୍ଦେ ମାତରମ୍’
ଡିଜି ପାହ୍ୟାକୁ ସଞ୍ଜୀବ ପଣ୍ଡା ଓ ଯଶୱନ୍ତ ଜେଠୱାଙ୍କ ପଦୋନ୍ନତି
ହୀରାକୁଦରେ ପୁଣି ୪ ଗେଟ୍ ଖୋଲିଲା, ୧୨ ଗେଟ୍ରେ ଚାଲିଛି ବନ୍ୟାଜଳ ନିଷ୍କାସନ
ମାଲକାନଗିରି ଜଙ୍ଗଲରୁ କେବିସି ମଞ୍ଚରେ ‘ଜଙ୍ଗଲ ରାଣୀ’ ଜୟନ୍ତୀ ବୁରୁଡ଼ା