ପ୍ରମୁଖ ଖବର

ଆଡ଼ପ ମଣ୍ଡପକୁ ବିଜେ କଲେ ଦାରୁବ୍ରହ୍ମ, ଆସନ୍ତାକାଲିଠାରୁ ମିଳିବ ଆଡ଼ପ ଅବଢ଼ା
ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ
ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ
ଭାରତର ପ୍ରଥମ ଘରୋଇ କକ୍ଷପଥ ରକେଟ ‘ବିକ୍ରମ-୧’ର ସଫଳ ଉତକ୍ଷେପଣ
ଅହମ୍ମଦାବାଦର ବାଣ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୮ ମୃତ ଓ ୧୫ରୁ ଅଧିକ ଆହତ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା

୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

0

ଭୁବନେଶ୍ବର: ଓଡ଼ିଶାରେ ବିଜେପି ନେତୃତ୍ୱାଧୀନ ଡବଲ ଇଞ୍ଜିନ ସରକାରର ଦୁଇ ବର୍ଷ ପୂର୍ତ୍ତି ଉତ୍ସବ ଆସନ୍ତା ଜୁନ୍ ୨୦ ତାରିଖରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଆୟୋଜିତ ହେବ। ଏହି ଅବସରରେ ରାଇରଙ୍ଗପୁରର ମାଟିର ଝିଅ ତଥା ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ବିଶାଳ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଐତିହାସିକ ଅବସରରେ ପ୍ରଧାନମନ୍ତ୍ରୀଙ୍କ କରକମଳରେ ଚାରିଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦ୍‌ଘାଟନ ହେବା ସହ ଆଉ ଦୁଇଟି ପ୍ରକଳ୍ପର ଶିଳାନ୍ୟାସ କରାଯିବ। ଉଦ୍‌ଘାଟନ ହେବାକୁ ଥିବା ପ୍ରକଳ୍ପ ମଧ୍ୟରେ ସ୍ପୋର୍ଟ୍ସ କମ୍ପ୍ଲେକ୍ସ, ଆଦିବାସୀ ଗବେଷଣା ଓ ଉନ୍ନୟନ କେନ୍ଦ୍ର, ସ୍ୱତନ୍ତ୍ର ପ୍ରଦକ୍ଷିଣ ଗୃହ ଏବଂ ରାଇରଙ୍ଗପୁର ପୁଲିସ ଜିଲ୍ଲା ରହିଛି।

ସେହିପରି ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଫରେଷ୍ଟ ମ୍ୟାନେଜମେଣ୍ଟ ଏବଂ ଅନ୍ତର୍ଜାତୀୟ ମାନର ବ୍ୟାଡମିଣ୍ଟନ କମ୍ପ୍ଲେକ୍ସର ଶିଳାନ୍ୟାସ ମଧ୍ୟ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ କରାଯିବ। କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରିମଣ୍ଡଳର ସଦସ୍ୟ, ଓଡ଼ିଶାର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀମାନେ, କ୍ୟାବିନେଟ୍ ମନ୍ତ୍ରୀ, ସାଂସଦ, ବିଧାୟକ ଏବଂ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ରହିବେ।

ଏହି ଗସ୍ତକୁ ନେଇ ପ୍ରଶାସନ, ପୁଲିସ ଏବଂ ବିଭିନ୍ନ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଦାଣ୍ଡବୋଷ ବିମାନବନ୍ଦରରେ ହେଲିପ୍ୟାଡ୍ ନିର୍ମାଣ, ଜନସଭା ମଞ୍ଚ ପ୍ରସ୍ତୁତି, ଲୋକଙ୍କ ବସିବା ପାଇଁ ବିଶାଳ ହ୍ୟାଙ୍ଗର ନିର୍ମାଣ ସହ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି। ଅନ୍ୟପଟେ, କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସ୍ଥାନୀୟ ବିଜେପି ନେତୃତ୍ୱ ମଧ୍ୟ ସକ୍ରିୟ ହୋଇପଡ଼ିଛି। ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ, ବିଧାୟକ ଜାଲେନ ନାଏକ, ସଞ୍ଜୀବ ମହାନ୍ତି, ନବୀନ ରାମ, ମନୋଜ ଦାସ ଓ ମୁନା ପ୍ରତିହାରୀଙ୍କ ସମେତ ଅନେକ ନେତା ରାଇରଙ୍ଗପୁର ଓ ପାହାଡ଼ପୁର ଅଞ୍ଚଳରେ ପ୍ରସ୍ତୁତିର ତଦାରଖ କରୁଛନ୍ତି।

Leave A Reply

Your email address will not be published.