ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

୧୮ରୁ ଖୋଲିବ ସମସ୍ତ ସ୍କୁଲ

0

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ନେଇ ସ୍କୁଲ ଖୋଲିବା ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋମବାର ସ୍ପଷ୍ଟ କରିଛନ୍ତି ଯେ, ପୂର୍ବ ନିଷ୍ପତ୍ତି ଅନୁଯାୟୀ ଆସନ୍ତା ୧୮ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଖୋଲିବ। ବର୍ତ୍ତମାନ ସୁଦ୍ଧା ସ୍କୁଲ ଖୋଲିବା ତାରିଖ ପରିବର୍ତ୍ତନ ସମ୍ପର୍କରେ ସରକାର କୌଣସି ନିଷ୍ପତ୍ତି ନେଇନାହାନ୍ତି।

ମନ୍ତ୍ରୀ କହିଛନ୍ତି ଯେ, ସରକାର ରାଜ୍ୟର ପାଣିପାଗ ପରିସ୍ଥିତି ଉପରେ ନିରନ୍ତର ନଜର ରଖିଛନ୍ତି। ଯଦି ୧୮ ତାରିଖ ପର୍ଯ୍ୟନ୍ତ ତାପମାତ୍ରା ଅସ୍ୱାଭାବିକ ଭାବେ ବଢ଼ି ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପ୍ରତି ବିପଦ ସୃଷ୍ଟି କରେ, ତେବେ ସରକାର ପରିସ୍ଥିତିର ସମୀକ୍ଷା କରି ଆବଶ୍ୟକ ପଦକ୍ଷେପ ନେଇପାରନ୍ତି। ତେବେ ଏପର୍ଯ୍ୟନ୍ତ ସ୍କୁଲ ଖୋଲିବା ନିଷ୍ପତ୍ତିରେ କୌଣସି ପରିବର୍ତ୍ତନ ହୋଇନାହିଁ। ଗ୍ରୀଷ୍ମ ପ୍ରବାହ କାରଣରୁ ରାଜ୍ୟରେ ଗ୍ରୀଷ୍ମ ଛୁଟି ବୃଦ୍ଧି କରାଯାଇଥିବାବେଳେ, ସ୍କୁଲ ପୁନଃ ଖୋଲିବାକୁ ନେଇ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସୁକତା ଦେଖାଯାଉଥିଲା। ଏଭଳି ପରିସ୍ଥିତିରେ ମନ୍ତ୍ରୀଙ୍କ ସ୍ପଷ୍ଟୀକରଣ ସମସ୍ତ ଅନିଶ୍ଚିତତାର ଅବସାନ ଘଟାଇଛି।

ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ଆସନ୍ତା ୧୮ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲରେ ସ୍ୱାଭାବିକ ଭାବେ ପାଠପଢ଼ା ଆରମ୍ଭ ହେବ। ତେବେ ପାଣିପାଗରେ ହଠାତ୍ ପରିବର୍ତ୍ତନ ଘଟିଲେ ସରକାର ପୁନର୍ବାର ପରିସ୍ଥିତି ସମୀକ୍ଷା କରି ପରବର୍ତ୍ତୀ ନିଷ୍ପତ୍ତି ନେବେ ବୋଲି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.