ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଘୋଷଣା ହେଲା ୨୦୨୩-୨୪ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର

0

‘ପୁଷ୍କରା’, ‘ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌’ ଓ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର

ଭୁବନେଶ୍ବର: ବହୁ ପ୍ରତୀକ୍ଷିତ ୨୦୨୩ ଓ ୨୦୨୪ ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗୁରୁବାର ଏହି ପୁରସ୍କାର ଘୋଷଣା କରିଛନ୍ତି। ୨୦୨୩ ବର୍ଷ ପାଇଁ ‘ପୁଷ୍କରା’ ଏବଂ ‘ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌’କୁ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ମନୋନୀତ କରାଯାଇଥିବା ବେଳେ, ୨୦୨୪ ବର୍ଷ ପାଇଁ ‘ଆଶ୍ରମ’ ଶ୍ରେଷ୍ଠ ଚଳଚ୍ଚିତ୍ର ସମ୍ମାନ ହାସଲ କରିଛି।

୨୦୨୩ ପାଇଁ ‘ପୁଷ୍କରା’ ଚଳଚ୍ଚିତ୍ରରେ ଅଭିନୟ ପାଇଁ ସୁପ୍ରିୟା ଶ୍ରେଷ୍ଠ ଅଭିନେତ୍ରୀ ଭାବେ ବିବେଚିତ ହୋଇଥିବା ବେଳେ ହରିହର ମହାପାତ୍ର ଶ୍ରେଷ୍ଠ ଅଭିନେତା ସମ୍ମାନ ପାଇଛନ୍ତି। ସେହିପରି ‘ମାଇଁ ସୁଇଟ୍ ହାଉସ୍‌ ୱାଇଫ୍‌’ ପାଇଁ ନୈନା ଦାସ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଚୟନ ହୋଇଛନ୍ତି। ଅନ୍ୟପଟେ ‘ଧୋରେ ବାବୁ ଧୋ’ ଚଳଚ୍ଚିତ୍ରରେ ଅଭିନୟ ପାଇଁ ହରିହର ମହାପାତ୍ର ଶ୍ରେଷ୍ଠ ଅଭିନେତା ସମ୍ମାନ ହାସଲ କରିଛନ୍ତି। ଏହାସହ ‘ପାବାର’ ଚଳଚ୍ଚିତ୍ର ପାଇଁ ଲୋକପ୍ରିୟ ଅଭିନେତା ବାବୁସାନ୍‌ ମହାନ୍ତି ଶ୍ରେଷ୍ଠ ଅଭିନେତା ସମ୍ମାନ ପାଇଛନ୍ତି।

ସେହିପରି ‘ମୋ ବୋଉ ମୋ ଗାଁ’ ଚଳଚ୍ଚିତ୍ରକୁ ପ୍ରାମାଣିକ ଚଳଚ୍ଚିତ୍ର (ଡକ୍ୟୁମେଣ୍ଟାରି) ବର୍ଗରେ ସମ୍ମାନିତ କରାଯାଇଛି। ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ପରେ ଓଲିଉଡ୍ ଜଗତରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଥିବାବେଳେ, ପୁରସ୍କୃତ କଳାକାର ଓ ଚଳଚ୍ଚିତ୍ର ନିର୍ମାତାଙ୍କୁ ବିଭିନ୍ନ ମହଳରୁ ଅଭିନନ୍ଦନ ଜଣାଯାଉଛି।

Leave A Reply

Your email address will not be published.