ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ବିଜେଡିରେ ସାମିଲ ହେଲେ ସୁଜାତା ଆର୍ କାର୍ତ୍ତିକେୟନ

0

ଭୁବନେଶ୍ବର: ଦୀର୍ଘ ଦିନ ଧରି ଚାଲିଥିବା ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇ ବିଜୁ ଜନତା ଦଳ (ବିଜେଡି)ରେ ସାମିଲ ହୋଇଛନ୍ତି ସୁଜାତା ଆର୍ କାର୍ତ୍ତିକେୟନ। ଗୁରୁବାର ଶଙ୍ଖ ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ଦଳରେ ଆନୁଷ୍ଠାନିକ ଭାବେ ଯୋଗ ଦେଇଛନ୍ତି। ଭି.କେ. ପାଣ୍ଡିଆନଙ୍କ ପତ୍ନୀ ସୁଜାତାଙ୍କ ଦଳରେ ଯୋଗଦାନକୁ ନେଇ ଗତ କିଛି ଦିନ ଧରି ରାଜନୈତିକ ମହଳରେ ଚର୍ଚ୍ଚା ଜୋର ଧରିଥିଲା। ଶେଷରେ ସେହି ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡ଼ିଛି। ଶଙ୍ଖ ଭବନରେ ପହଞ୍ଚିବା ପରେ ସୁଜାତାଙ୍କୁ ବିଜେଡିର ବରିଷ୍ଠ ନେତ୍ରୀମାନେ ସ୍ୱାଗତ ଜଣାଇଥିଲେ। ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ ଏବଂ ସ୍ନେହାଙ୍ଗିନୀ ଛୁରିଆ ତାଙ୍କୁ ପାଛୋଟି ନେଇ କାର୍ଯ୍ୟକ୍ରମ ସ୍ଥଳକୁ ନେଇଥିଲେ।

ଦଳୀୟ ସୂତ୍ର ଅନୁଯାୟୀ, ସୁଜାତାଙ୍କ ଯୋଗଦାନକୁ ନେଇ ପୂର୍ବରୁ ବିଜେଡିର ବରିଷ୍ଠ ନେତାମାନଙ୍କୁ ଅବଗତ କରାଯାଇଥିଲା। ଏଥିପାଇଁ ଦଳୀୟ ବିଧାୟକ, ସାଂସଦ ଏବଂ ବରିଷ୍ଠ ନେତୃତ୍ୱଙ୍କୁ ଶଙ୍ଖ ଭବନରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସୁଜାତାଙ୍କ ବିଜେଡିରେ ଯୋଗଦାନକୁ ଦଳ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଭାବେ ଦେଖାଯାଉଥିବାବେଳେ, ଏହା ରାଜ୍ୟ ରାଜନୀତିରେ ମଧ୍ୟ ନୂଆ ଚର୍ଚ୍ଚାର ସୃଷ୍ଟି କରିଛି।

Leave A Reply

Your email address will not be published.