ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ଜୁଲାଇ ୨୦ରୁ ସଂସଦର ମୌସୁମୀ ଅଧିବେଶନ,

0

ନୂଆଦିଲ୍ଲୀ: ଚଳିତବର୍ଷ ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ। ଭାରତ ସରକାରଙ୍କ ସୁପାରିଶକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରିବା ପରେ ସଂସଦର ଉଭୟ ଗୃହକୁ ଡକାଯାଇଛି ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ସୂଚନା ଦେଇଛନ୍ତି। ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ‘ଏକ୍ସ’ରେ କରିଥିବା ଏକ ପୋଷ୍ଟରେ କିରେନ ରିଜିଜୁ କହିଛନ୍ତି, “ଭାରତ ସରକାରଙ୍କ ସୁପାରିଶ ଅନୁଯାୟୀ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୨୦୨୬ ମୌସୁମୀ ଅଧିବେଶନ ପାଇଁ ସଂସଦର ଉଭୟ ଗୃହକୁ ଡକାଇବାକୁ ଅନୁମୋଦନ କରିଛନ୍ତି।

ଏହି ଅଧିବେଶନରେ କେନ୍ଦ୍ର ସରକାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଧେୟକ ଉପସ୍ଥାପନ କରିବା ସହ ନୀତିଗତ ପ୍ରସଙ୍ଗ ଉପରେ ଆଲୋଚନା କରିବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ବିରୋଧୀ ଦଳମାନେ ମଧ୍ୟ ଜନସ୍ୱାର୍ଥ ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛନ୍ତି। ମୌସୁମୀ ଅଧିବେଶନକୁ ନେଇ ରାଜନୈତିକ ମହଲରେ ଏବେଠାରୁ ଚର୍ଚ୍ଚା ଆରମ୍ଭ ହୋଇଥିବାବେଳେ, ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଏବଂ ଜାତୀୟ ପ୍ରସଙ୍ଗ ଉପରେ ଏହି ଅଧିବେଶନରେ ଆଲୋଚନା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.