ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

୨୧ରେ ରାଜ୍ୟ ନିର୍ବାଚନ କମିଶନଙ୍କ ଉଚ୍ଚସ୍ତରୀୟ ବୈଠକ

0

ଭୁବନେଶ୍ବର: ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୧ ତାରିଖରେ ଓଏସ୍‌ୱାନ୍‌ ପ୍ଲାଟଫର୍ମରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବ। ଏନେଇ ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ୍‌ଙ୍କୁ ଚିଠି ଜାରି କରାଯାଇଛି। ରାଜ୍ୟ ନିର୍ବାଚନ ଆୟୋଗର ସ୍ୱତନ୍ତ୍ର ଅଧିକାରୀଙ୍କ ପକ୍ଷରୁ ଜାରି ହୋଇଥିବା ଚିଠି ଅନୁସାରେ, ବୈଠକରେ ଘରକୁ ଘର (ଡି–୨–ଡି) ସର୍ଭେ ସମ୍ପର୍କରେ ଆଲୋଚନା ହେବାର ସମ୍ଭାବନା ରହିଛି। ଏହାସହ ୨୦୨୨ ମସିହାର ସହରାଞ୍ଚଳ ସ୍ଥାନୀୟ ସଂସ୍ଥା ନିର୍ବାଚନ ସମ୍ବନ୍ଧୀୟ ଡିସି ବିଲ୍‌ ଓ ବ୍ୟୟ ଉପଯୋଗ ପ୍ରମାଣପତ୍ର (ୟୁଟିଲାଇଜେସନ୍ ସାର୍ଟିଫିକେଟ୍‌) ନେଇ ମଧ୍ୟ ସମୀକ୍ଷା କରାଯିବ।

ଏହି ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଓ ସହକାରୀ ନିର୍ବାଚନ ପଞ୍ଜୀକରଣ ଅଧିକାରୀମାନେ ଯୋଗଦେବେ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.