ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭିଡ଼ ନିୟନ୍ତ୍ରଣ ପାଇଁ ରଥଯାତ୍ରାରେ ଅଧା ହେଲା ଭିଆଇପି କର୍ଡନ୍ ପାସ୍

0

ପୁରୀ: ଆସନ୍ତା ବର୍ଷର ଶ୍ରୀଜଗନ୍ନାଥ ରଥଯାତ୍ରାକୁ ଅଧିକ ଶୃଙ୍ଖଳିତ, ସୁରକ୍ଷିତ ଏବଂ ଅଘଟଣଶୂନ୍ୟ କରିବା ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରଥର ଇନର୍ କର୍ଡନ୍ ଅଞ୍ଚଳ ପାଇଁ ଜାରି ହେଉଥିବା ଭିଆଇପି ଓ ଭିଭିଆଇପି କର୍ଡନ୍ ପାସ୍ ସଂଖ୍ୟାକୁ ଏଥର ପୂର୍ବବର୍ଷ ତୁଳନାରେ ଅଧାକୁ କମାଇ ଦିଆଯାଇଛି। ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଏହାଦ୍ୱାରା ରଥ ନିକଟରେ ଅନାବଶ୍ୟକ ଭିଡ଼ ହ୍ରାସ ପାଇବ ଏବଂ ଭକ୍ତଙ୍କ ଚଳାଚଳ ସହ ସୁରକ୍ଷା ବ୍ୟବସ୍ଥା ଅଧିକ ସୁଚାରୁ ହୋଇପାରିବ। ରଥଯାତ୍ରା ସମୟରେ ଭିଡ଼ ପରିଚାଳନା ପାଇଁ ଅଭିଜ୍ଞ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ବିଭିନ୍ନ ସେବାୟତ ନିଯୋଗଙ୍କ ସହ ଏକାଧିକ ପର୍ଯ୍ୟାୟରେ ଆଲୋଚନା ମଧ୍ୟ ସମ୍ପନ୍ନ ହୋଇଛି। ସମସ୍ତଙ୍କ ସହଯୋଗ ଓ ସହମତିରେ ରଥଯାତ୍ରାର ନୀତିକାନ୍ତି ସୁରୁଖୁରୁରେ ସମ୍ପନ୍ନ ହେବ ବୋଲି ଆଇନମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଗତ ୬ ତାରିଖରେ ଅନୁଷ୍ଠିତ ଚୂଡ଼ାନ୍ତ ରଥ ସମନ୍ୱୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୃଙ୍ଖଳିତ, ସୁରକ୍ଷିତ ଏବଂ ଅଘଟଣଶୂନ୍ୟ ରଥଯାତ୍ରା ଆୟୋଜନ ଉପରେ ବିଶେଷ ଗୁରୁତ୍ୱ ଦେଇଥିଲେ। ବିଶେଷକରି ଭକ୍ତଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ରଥର ଇନର୍ କର୍ଡନ୍ ଅଞ୍ଚଳକୁ କୌଣସି ଅନଧିକୃତ ବ୍ୟକ୍ତିଙ୍କ ପ୍ରବେଶକୁ କଡ଼ାକଡ଼ି ଭାବେ ବାରଣ କରାଯିବ ବୋଲି ସ୍ପଷ୍ଟ କରାଯାଇଛି। ସରକାରଙ୍କ ଏହି ନିଷ୍ପତ୍ତି ରଥଯାତ୍ରା ସମୟରେ ଭିଡ଼ ନିୟନ୍ତ୍ରଣ ଓ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.