ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ସୁଭଦ୍ରା ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି

0

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୁକ୍ରବାର ଏକ ସାମ୍ବାଦିକ ସମ୍ମିଳନୀରେ ଯୋଜନାର ଅଗ୍ରଗତି ଓ ନୂତନ ଆବେଦନ ସମ୍ପର୍କିତ ସୂଚନା ଦେଇଛନ୍ତି।

ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ସୁଭଦ୍ରା ଯୋଜନା ପାଇଁ ୩ ଲକ୍ଷ ୧୭ ହଜାର ୯୬୬ ଜଣ ନୂଆ ଆବେଦନ କରିଛନ୍ତି। ଏହି ଆବେଦନଗୁଡ଼ିକର ସମୀକ୍ଷା ପରେ ବିଭିନ୍ନ ଶ୍ରେଣୀର ମାମଲା ଚିହ୍ନଟ କରାଯାଇଛି। ୮୨ ହଜାର ୩୬ ଜଣ ଆବେଦନକାରୀଙ୍କୁ ନିଜ ବ୍ୟାଙ୍କ ଖାତାରେ ଡିବିଟି ସକ୍ରିୟ କରିବାକୁ କୁହାଯାଇଥିବା ବେଳେ ୨୮ ହଜାର ୬୧୧ ଜଣଙ୍କୁ ଇ-କେୱାଇସି (e-KYC) ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଆବେଦନକାରୀମାନେ ଜନସେବା କେନ୍ଦ୍ରକୁ ଯାଇ ନନ୍-ବାୟୋମେଟ୍ରିକ ଇ-କେୱାଇସି ସମ୍ପୂର୍ଣ୍ଣ କଲେ ସେମାନଙ୍କୁ କିସ୍ତି ମିଳିବ।

ସେହିପରି ୩ ଲକ୍ଷ ୫୩ ହଜାର ୫୯ ଜଣଙ୍କ ଫିଲ୍ଡ ଇନକ୍ୱାରୀ ସମ୍ପର୍କିତ ମାମଲା ଶୀଘ୍ର ସମାଧାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜୁଲାଇ ୨୫ ସୁଦ୍ଧା ସମସ୍ତ ଫିଲ୍ଡ ଇନକ୍ୱାରୀ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ରକ୍ଷା ବନ୍ଧନ ପୂର୍ବରୁ ସମସ୍ତ ପ୍ରକ୍ରିୟା ସମ୍ପୂର୍ଣ୍ଣ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିବା ପ୍ରଭାତୀ ପରିଡା କହିଛନ୍ତି। ସବୁଠାରୁ ବଡ଼ କଥା ହେଉଛି, ଯେଉଁ ହିତାଧିକାରୀମାନେ ପୂର୍ବରୁ ଆବେଦନ କରିଥିଲେ କିନ୍ତୁ ଏପର୍ଯ୍ୟନ୍ତ କୌଣସି କିସ୍ତି ପାଇନାହାନ୍ତି, ସେମାନଙ୍କୁ ଯାଞ୍ଚ ପ୍ରକ୍ରିୟା ଶେଷ ହେବା ପରେ ଏକାଥରେ ୫ଟି କିସ୍ତି ପ୍ରଦାନ କରାଯିବ।

Leave A Reply

Your email address will not be published.