ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ

0

ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ଏପ୍ରିଲ ଓ ମେ’ ମାସରେ ପଞ୍ଚାୟତ ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ରାଜ୍ୟ ନିର୍ବାଚନ ଆୟୋଗର ସଚିବ ସନ୍ତୋଷ ଦାସ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି ଯେ, ଏଥର ପଞ୍ଚାୟତ ନିର୍ବାଚନ ସାମାନ୍ୟ ବିଳମ୍ବରେ ଅନୁଷ୍ଠିତ ହେବ। ସ୍ୱତନ୍ତ୍ର ନିବିଡ଼ ସଂଶୋଧନ (SIR) କାର୍ଯ୍ୟ ମାର୍ଚ୍ଚର ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଚାଲିବାକୁ ଥିବାରୁ ନିର୍ବାଚନ କାର୍ଯ୍ୟସୂଚୀରେ କିଛି ପରିବର୍ତ୍ତନ ହୋଇଛି। ପଞ୍ଚାୟତ ଏବଂ ପୌର ନିର୍ବାଚନ ପ୍ରସ୍ତୁତି ନେଇ ଆରଡିସି ଓ ଜିଲ୍ଲାପାଳମାନଙ୍କ ସହ ବୈଠକ ହୋଇଥିବା ବେଳେ ଆସନ୍ତା ୨୧ ତାରିଖରେ ଆଉ ଏକ ନିୟମିତ ବୈଠକ ଅନୁଷ୍ଠିତ ହେବ। ଏଥର ଘରକୁ ଘର ବୁଲି ଯାଞ୍ଚ କରି ଭୋଟର ତାଲିକା ପ୍ରସ୍ତୁତ କରାଯିବ ବୋଲି ନିର୍ବାଚନ ଆୟୋଗ ସ୍ପଷ୍ଟ କରିଛନ୍ତି। ରାଜ୍ୟର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ମୋଟ ୯୧,୯୩୦ଟି ୱାର୍ଡ ବୁଥ୍ ରହିଛି। ନିର୍ବାଚନକୁ ସୁଚାରୁ ଓ ସ୍ୱଚ୍ଛ ଭାବେ ପରିଚାଳନା କରିବା ପାଇଁ ପ୍ରସ୍ତୁତି ଜୋରଦାର କରାଯାଇଛି।

Leave A Reply

Your email address will not be published.