ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଆନ୍ଧ୍ରରେ ୨ କୋଭିଡ୍ ମୃତ୍ୟୁ ପରେ ଓଡ଼ିଶା ସୀମାରେ ହାଇଆଲର୍ଟ

0

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶରେ କୋଭିଡ୍-୧୯ ଆକ୍ରମଣରେ ୨ ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସରକାର ସତର୍କ ହୋଇପଡ଼ିଛନ୍ତି। ବିଶେଷକରି ଆନ୍ଧ୍ର ସୀମାନ୍ତ ଜିଲ୍ଲାଗୁଡ଼ିକରେ ହାଇଆଲର୍ଟ ଜାରି କରାଯାଇଥିବାବେଳେ ସମ୍ପୃକ୍ତ ଜିଲ୍ଲାର ସିଡିଏମ୍‌ଓମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କତାମୂଳକ ନିର୍ଦ୍ଦେଶ ଦିଆଯାଇଛି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ରବୀନ୍ଦ୍ରନାଥ ମିଶ୍ରଙ୍କ ସୂଚନା ଅନୁଯାୟୀ, କାହାରି ଠାରେ କୋଭିଡ୍‌ ଲକ୍ଷଣ ଦେଖାଦେଲେ ତୁରନ୍ତ ପରୀକ୍ଷା କରିବା ସହ ନଜରଦାରି ବଢ଼ାଇବାକୁ କୁହାଯାଇଛି।

ସୂଚନା ଅନୁସାରେ, ଆନ୍ଧ୍ରପ୍ରଦେଶର ୱାଇଏସ୍‌ଆର୍‌ କଡପା ଜିଲ୍ଲାରେ ଗତ କିଛି ସପ୍ତାହ ମଧ୍ୟରେ ୮ଟି କୋଭିଡ୍ ମାମଲା ଚିହ୍ନଟ ହୋଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାପରେ ସଂକ୍ରମଣକୁ ନେଇ ପୁଣି ଚିନ୍ତା ବଢ଼ିଥିବାବେଳେ ଓଡ଼ିଶାରେ ସତର୍କତାମୂଳକ ପଦକ୍ଷେପ ଜୋରଦାର କରାଯାଇଛି।

Leave A Reply

Your email address will not be published.