ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ଆନ୍ଧ୍ରରେ ୨ କୋଭିଡ୍ ମୃତ୍ୟୁ ପରେ ଓଡ଼ିଶା ସୀମାରେ ହାଇଆଲର୍ଟ

0

ଭୁବନେଶ୍ବର: ଆନ୍ଧ୍ରପ୍ରଦେଶରେ କୋଭିଡ୍-୧୯ ଆକ୍ରମଣରେ ୨ ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସରକାର ସତର୍କ ହୋଇପଡ଼ିଛନ୍ତି। ବିଶେଷକରି ଆନ୍ଧ୍ର ସୀମାନ୍ତ ଜିଲ୍ଲାଗୁଡ଼ିକରେ ହାଇଆଲର୍ଟ ଜାରି କରାଯାଇଥିବାବେଳେ ସମ୍ପୃକ୍ତ ଜିଲ୍ଲାର ସିଡିଏମ୍‌ଓମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସତର୍କତାମୂଳକ ନିର୍ଦ୍ଦେଶ ଦିଆଯାଇଛି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ରବୀନ୍ଦ୍ରନାଥ ମିଶ୍ରଙ୍କ ସୂଚନା ଅନୁଯାୟୀ, କାହାରି ଠାରେ କୋଭିଡ୍‌ ଲକ୍ଷଣ ଦେଖାଦେଲେ ତୁରନ୍ତ ପରୀକ୍ଷା କରିବା ସହ ନଜରଦାରି ବଢ଼ାଇବାକୁ କୁହାଯାଇଛି।

ସୂଚନା ଅନୁସାରେ, ଆନ୍ଧ୍ରପ୍ରଦେଶର ୱାଇଏସ୍‌ଆର୍‌ କଡପା ଜିଲ୍ଲାରେ ଗତ କିଛି ସପ୍ତାହ ମଧ୍ୟରେ ୮ଟି କୋଭିଡ୍ ମାମଲା ଚିହ୍ନଟ ହୋଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାପରେ ସଂକ୍ରମଣକୁ ନେଇ ପୁଣି ଚିନ୍ତା ବଢ଼ିଥିବାବେଳେ ଓଡ଼ିଶାରେ ସତର୍କତାମୂଳକ ପଦକ୍ଷେପ ଜୋରଦାର କରାଯାଇଛି।

Leave A Reply

Your email address will not be published.