ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ

0

କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ପୁରୀ: ରାତି ପାହିଲେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହା ପୂର୍ବରୁ ବୁଧବାର ତିନି ରଥରେ ପାରମ୍ପରିକ ଆଜ୍ଞାମାଳ ବିଜେ ସମ୍ପନ୍ନ ହୋଇଛି। ବିଧି ଅନୁଯାୟୀ ପୂଜାପଣ୍ଡା ସେବକମାନେ ଆଜ୍ଞାମାଳ ଆଣି ତିନି ରଥରେ ବିଜେ କରିଥିବା ବେଳେ ବିଜେ କାହାଳୀର ଧ୍ୱନିରେ ଶ୍ରୀକ୍ଷେତ୍ର ମୁଖରିତ ହୋଇଉଠିଥିଲା।
ଆଜ୍ଞାମାଳ ବିଜେ ପରେ ତିନି ରଥ ସିଂହଦ୍ୱାର ଅଭିମୁଖେ ଗଡ଼ିଛି। ପରମ୍ପରା ଅନୁସାରେ ପ୍ରଥମେ ନନ୍ଦିଘୋଷ ରଥ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବ। ଏହା ପରେ ଦର୍ପଦଳନ ଓ ତାଳଧ୍ୱଜ ରଥ ସିଂହଦ୍ୱାର ନିକଟରେ ଅବସ୍ଥାନ ନେବ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି ଯେ, ନବଯୌବନ ଦର୍ଶନ ସୁଚାରୁ ଭାବେ ସମ୍ପନ୍ନ ହୋଇଥିବା ବେଳେ ସମସ୍ତ ନୀତିକାନ୍ତି ମଧ୍ୟ ଠିକ୍ ଭାବେ ଚାଲିଛି। ରଥଯାତ୍ରା ଦିନ ସକାଳ ୯ଟାରୁ ସାଢେ ୯ଟା ମଧ୍ୟରେ ପହଣ୍ଡି ଆରମ୍ଭ ହେବ ବୋଲି ଆଶା କରାଯାଉଛି।ରଥ ଉପରକୁ କୌଣସି ଅନଧିକୃତ ବ୍ୟକ୍ତିଙ୍କୁ ଚଢ଼ିବାକୁ ଅନୁମତି ନଥିବା ବେଳେ ମୋବାଇଲ ବ୍ୟବହାର ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ସମସ୍ତ କାର୍ଯ୍ୟକଳାପର ଭିଡିଓଗ୍ରାଫି କରାଯିବ ଏବଂ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ।

ଅନ୍ୟପଟେ, ମୁଖ୍ୟମନ୍ତ୍ରୀ ଆଜି ପୁରୀ ଗସ୍ତରେ ଯାଇ ଡିଜିଟାଲ ହୁଣ୍ଡି ବ୍ୟବସ୍ଥାର ଲୋକାର୍ପଣ କରିବେ। ରଥଯାତ୍ରା ଅବସରରେ ଭିଆଇପି ଓ ସାଧାରଣ ଭକ୍ତଙ୍କ ପାଇଁ ସମସ୍ତ ଆବଶ୍ୟକ ବ୍ୟବସ୍ଥା କରାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.