ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଶରଧାବାଲିରେ ଲାଗିଲା ତିନି ରଥ

0

ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ପୁରୀ: ବିଶ୍ୱପ୍ରସିଦ୍ଧ ଶ୍ରୀଜଗନ୍ନାଥ ରଥଯାତ୍ରାର ଦ୍ୱିତୀୟ ଦିନରେ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ତିନି ରଥ ଲାଗିଛି। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ, ପରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଏବଂ ଶେଷରେ ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିଛି। ‘ଜୟ ଜଗନ୍ନାଥ’, ‘ହରିବୋଲ’ ଓ ହୁଳହୁଳି ଧ୍ୱନିରେ ସମଗ୍ର ଶ୍ରୀକ୍ଷେତ୍ର ଭକ୍ତିମୟ ପରିବେଶରେ ଉଛୁଳି ଉଠିଛି।

ଗୁରୁବାର ଆରମ୍ଭ ହୋଇଥିବା ରଥଟଣା ବେଳେ ତାଳଧ୍ୱଜ ରଥ ମାର୍କେଟ ଛକ, ଦେବଦଳନ ରଥ ମରିଚିକୋଟ ଛକ ଏବଂ ନନ୍ଦିଘୋଷ ରଥ ଅଳ୍ପ ଦୂରତା ଅତିକ୍ରମ କରି ଅଟକି ରହିଥିଲା। ଶୁକ୍ରବାର ସକାଳ ୯ଟା ୩୦ ମିନିଟ୍‌ରେ ରଥଗୁଡ଼ିକରେ ସକାଳ ଧୂପ ନୀତି ସମ୍ପାଦନ ପରେ ପୁନର୍ବାର ରଥଟଣା ଆରମ୍ଭ ହୋଇଥିଲା। ଅପରାହ୍ନ ୨ଟା ୪୫ ମିନିଟ୍‌ରେ ନନ୍ଦିଘୋଷ ରଥ ଶରଧାବାଲିରେ ପହଞ୍ଚିବା ସହ ଚଳିତ ବର୍ଷର ରଥଯାତ୍ରା ପର୍ବ ସଫଳତାର ସହ ସମାପ୍ତ ହୋଇଛି। ବର୍ତ୍ତମାନ ତିନୋଟି ରଥ ଆଡ଼ପ ମଣ୍ଡପ ସମ୍ମୁଖରେ ଅବସ୍ଥାନ କରୁଥିବା ବେଳେ ହଜାର ହଜାର ଭକ୍ତ ରଥାରୂଢ଼ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ କରୁଛନ୍ତି।

ଆସନ୍ତାକାଲି ଚତୁର୍ଦ୍ଧା ମୂର୍ତ୍ତି ଓ ଭଗବାନ ସୁଦର୍ଶନ ପହଣ୍ଡି ବିଜେରେ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପକୁ ପ୍ରବେଶ କରିବେ। ଏହା ପରେ ନିର୍ଦ୍ଧାରିତ ରୀତିନୀତି ସମ୍ପନ୍ନ ହେବା ପରେ ଭକ୍ତମାନଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ବରିଷ୍ଠ ସେବାୟତ ବିନାୟକ ଦାଶ ମହାପାତ୍ରଙ୍କ କହିବା ଅନୁଯାୟୀ, ଆସନ୍ତାକାଲି ମଙ୍ଗଳ ଆଳତୀରୁ ସନ୍ଧ୍ୟାଧୂପ ପର୍ଯ୍ୟନ୍ତ ସମସ୍ତ ନୀତିକାନ୍ତି ରଥ ଉପରେ ସମ୍ପନ୍ନ ହେବ। ଅପରାହ୍ନ ୪ଟା ସୁଦ୍ଧା ଭୋଗ ଓ ସନ୍ଧ୍ୟାଧୂପ ନୀତି ଶେଷ ହେବା ପରେ ଚାରମାଳ ବନ୍ଧାଯିବ ଏବଂ ମହାପ୍ରଭୁ ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପ ବିଜେ କରିବେ।

ଏପଟେ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ କହିଛନ୍ତି ଯେ, ପୋଲିସ, ପ୍ରଶାସନ ଓ ସେବାୟତମାନଙ୍କ ସମନ୍ୱିତ ଉଦ୍ୟମ ଯୋଗୁଁ ରଥଟଣା ସୁରୁଖୁରୁରେ ସମ୍ପନ୍ନ ହୋଇଛି। ଭକ୍ତମାନଙ୍କ ବିପୁଳ ସମାଗମକୁ ଦୃଷ୍ଟିରେ ରଖି ଶରଧାବାଲିରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।

Leave A Reply

Your email address will not be published.