ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଧାନ ତଳି ସୁରକ୍ଷା ପାଇଁ ଲଗାଇଥିବା ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ମୃତ

0

ବାଲେଶ୍ବର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ଧାନ ତଳିକୁ ଗୃହପାଳିତ ପଶୁ ଓ ବନ୍ୟଜନ୍ତୁଙ୍କ ଦାଉରୁ ରକ୍ଷା କରିବା ପାଇଁ ଲଗାଯାଇଥିବା ବିଦ୍ୟୁତ ଫାନ୍ଦ ଶେଷରେ ଦୁଇ ଜଣଙ୍କ ଜୀବନ ନେଇଛି। ଏହି ଅଘଟଣ ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ସୂଚନା ଅନୁଯାୟୀ, ସିମୁଳିଆ ଥାନା ଅନ୍ତର୍ଗତ ଈଶ୍ୱରପୁର ପଞ୍ଚାୟତର ଚନ୍ଦ୍ରପଡ଼ା ଗ୍ରାମର ମହେଶ୍ୱର ଦାସ (୫୫) ଦକ୍ଷିଣ ଅଡା ମଇଁଷାମୁଣ୍ଡା ଅଞ୍ଚଳରେ ଥିବା ନିଜ ଚାଷ ଜମିର ଧାନ ତଳିକୁ ସୁରକ୍ଷା ଦେବା ପାଇଁ ବିଦ୍ୟୁତ ଝଟକା ମେସିନ ଲଗାଇଥିଲେ। ଶନିବାର ସକାଳେ ସେ ମେସିନଟିକୁ ବନ୍ଦ କରିବାକୁ ଯାଇଥିବା ବେଳେ ଅସାବଧାନତାବଶତଃ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିଲେ।

ଏହି ସମୟରେ ନିକଟରେ ଥିବା ବିରା ମୁଣ୍ଡା ତାଙ୍କୁ ଉଦ୍ଧାର କରିବାକୁ ଯାଇ ନିଜେ ମଧ୍ୟ ବିଦ୍ୟୁତ ଆଘାତର ଶିକାର ହୋଇଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ଉଭୟଙ୍କୁ ଉଦ୍ଧାର କରି ସିମୁଳିଆ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। କିନ୍ତୁ ସେଠାରେ ଡାକ୍ତର ଦୁହେଁଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାର ଖବର ପାଇ ସିମୁଳିଆ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଦୁର୍ଘଟଣା ପୁଣିଥରେ ଚାଷ ଜମିରେ ବେଆଇନ ଭାବେ ବିଦ୍ୟୁତ ଫାନ୍ଦ ବ୍ୟବହାରର ବିପଦକୁ ସାମ୍ନାକୁ ଆଣିଛି।

Leave A Reply

Your email address will not be published.