ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’

0

ଭୁବନେଶ୍ବର: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଘୋଷିତ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ଓଡ଼ିଆ ସିନେମା ‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ସମ୍ମାନିତ ହୋଇଛି। ଏହି ସଫଳତା ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ସୃଷ୍ଟି କରିଛି। ଝିଲିକ ମୋଶନ ପିକ୍ଚର୍ସ ବ୍ୟାନରରେ ନିର୍ମିତ ଏହି ଚଳଚ୍ଚିତ୍ରକୁ ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟ ନିର୍ଦ୍ଦେଶନା ଦେଇଥିବା ବେଳେ ଝିଲ୍ଲିକ ଭଟ୍ଟାଚାର୍ଯ୍ୟ ପ୍ରଯୋଜନା କରିଛନ୍ତି। ଫିଲ୍ମର କାହାଣୀ ସାମାଜିକ ମୂଲ୍ୟବୋଧ, ପରିବାରିକ ସମ୍ପର୍କ ଏବଂ ବିଶେଷ ଭାବେ ବାପା-ପୁଅଙ୍କ ସମ୍ପର୍କକୁ କେନ୍ଦ୍ର କରି ଗଢ଼ିଉଠିଛି। ସେଥିସହ ଇକୋ-ଟୁରିଜମ ମାଧ୍ୟମରେ ଗ୍ରାମାଞ୍ଚଳର ବିକାଶ ଓ ଜୀବନଧାରାର ପରିବର୍ତ୍ତନକୁ ମଧ୍ୟ ଫିଲ୍ମରେ ସୁନ୍ଦର ଭାବେ ଉପସ୍ଥାପନ କରାଯାଇଛି।

‘ଲହରୀ’ କେବଳ ଦେଶରେ ନୁହେଁ, ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ପ୍ରଶଂସା ହାସଲ କରିଛି। ଫିଲ୍ମଟି କୋଲକାତା ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଓ ମେଲବୋର୍ନ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହୋଇ ଦର୍ଶକ ଓ ସମାଲୋଚକଙ୍କ ପ୍ରଶଂସା ସାଉଣ୍ଟିଥିଲା। ଏହି ଚଳଚ୍ଚିତ୍ରରେ ଚୌଧୁରୀ ଜୟପ୍ରକାଶ ଦାସ, ଚୌଧୁରୀ ବିକାଶ ଦାସ, ସ୍ମୃତି ମହଲା, ଦୀପାନ୍ବିତ ଦାସ ମହାପାତ୍ର, ସୁଶାନ୍ତ ମିଶ୍ର ଏବଂ ହର ରଥଙ୍କ ସମେତ ଅନେକ କଳାକାର ନିଜ ଅଭିନୟର ଛାପ ଛାଡ଼ିଛନ୍ତି। ଫିଲ୍ମର ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି କିଶଳୟ ରୟ।

ଜାତୀୟ ପୁରସ୍କାର ଘୋଷଣା ପରେ ଫିଲ୍ମର କଳାକାର, ପ୍ରଯୋଜକ ଓ ନିର୍ଦ୍ଦେଶକ ଖୁସି ବ୍ୟକ୍ତ କରିଛନ୍ତି। ସେମାନେ ଏହାକୁ ଓଡ଼ିଶା ଏବଂ ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଐତିହାସିକ ଓ ଗୌରବମୟ ସଫଳତା ବୋଲି କହିଛନ୍ତି।

Leave A Reply

Your email address will not be published.