ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

ସମୃଦ୍ଧି ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା: ୫ ମୃତ, ଜଣେ ଗୁରୁତର

0

ମହାରାଷ୍ଟ୍ର: ମହାରାଷ୍ଟ୍ରର ୱାର୍ଧା ଜିଲ୍ଲାରେ ଘଟିଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ଜୀବନ ଯାଇଛି। ପୁଲଗାଁ ଥାନା ଅଧୀନ ବିରୁଲ ଇଣ୍ଟରଚେଞ୍ଜ ନିକଟରେ ସମୃଦ୍ଧି ଏକ୍ସପ୍ରେସୱେରେ ଏହି ମର୍ମନ୍ତୁଦ ଅଘଟଣ ଘଟିଛି। ମୃତକଙ୍କ ମଧ୍ୟରେ କାର ଚାଳକ ଓ ଟ୍ରକ୍ ଚାଳକ ମଧ୍ୟ ରହିଛନ୍ତି। ଟ୍ରକ୍‌ର କ୍ଲିନର ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି।

ସୂଚନା ଅନୁଯାୟୀ, ଲଙ୍କା ବୋଝେଇ ଏକ ଟ୍ରକ୍ ଦ୍ରୁତ ଗତିରେ ଆସୁଥିବା ବେଳେ ଆଗରେ ଯାଉଥିବା ଏକ କାରକୁ ପଛପଟୁ ଜୋରଦାର ଧକ୍କା ଦେଇଥିଲା। ଧକ୍କା ଏତେ ଭୟଙ୍କର ଥିଲା ଯେ କାରଟି ଟ୍ରକ୍ ତଳେ ଚାପି ହୋଇଯାଇଥିଲା। ଏହା ପରେ ଟ୍ରକ୍‌ରେ ହଠାତ୍ ନିଆଁ ଲାଗିଯାଇଥିଲା, ଯାହା ଦୁର୍ଘଟଣାକୁ ଆହୁରି ଭୟାବହ କରିଦେଇଥିଲା। ଘଟଣାସ୍ଥଳରେ ହିଁ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଟ୍ରକ୍ କ୍ଲିନରଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଯାଇଥିଲା। ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।

ଖବର ପାଇ ହାଇୱେ ପୋଲିସ ଓ ପୁଲଗାଁ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଏବଂ ଅଗ୍ନି ନିୟନ୍ତ୍ରଣ କାର୍ଯ୍ୟ ଆରମ୍ଭ କରିଥିଲେ। ଦୁର୍ଘଟଣା ପରେ ସମୃଦ୍ଧି ଏକ୍ସପ୍ରେସୱେରେ ଅଧାରାତିରୁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପୋଲିସ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲକୁ ପଠାଇଥିବାବେଳେ ଦୁର୍ଘଟଣାର ପ୍ରକୃତ କାରଣ ନେଇ ଅଧିକ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.