ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

0

ଭୁବନେଶ୍ୱର, ଜୁଲାଇ ୨୪: ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ସଂଲଗ୍ନ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟର ପ୍ରଭାବରେ ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉପକୂଳବର୍ତୀ ପଶ୍ଚିମବଙ୍ଗ ଓ ଉତର ଉପକୂଳ ଓଡ଼ିଶା ଅଂଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ସୋଆ(ଶିକ୍ଷା ‘ଓ’ ଅନୁସନ୍ଧାନ) ଡିମ୍ଡ ଟୁ ବି ୟୁନିଭର୍ସିଟି ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ କୁହାଯାଇଛି।

ସିଇସି କହିଛି ଯେ, ପାଣିପାଗ ପ୍ରଭାବରେ ଜୁଲାଇ ୨୫ରୁ ୨୮ ତାରିଖ ମଧ୍ୟରେ ରାଜ୍ୟର ଉତର ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାର ପ୍ରଭାବରେ ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଏବଂ ମହାନଦୀର ଅବବାହିକା ଅଂଚଳରେ ମଧ୍ୟ ଉଲ୍ଲେଖନୀୟ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.