ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ବାଇକ୍‌ରୁ ଖସିପଡ଼ି ମହିଳାଙ୍କ ମୃତ୍ୟୁ

0

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୁନାବେଶ ଦର୍ଶନ ପାଇଁ ପୁରୀ ଯାଉଥିବା ବେଳେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ଶନିବାର ଅପରାହ୍ନ ପ୍ରାୟ ୫ଟା ସମୟରେ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ତେଇସିପୁର ବଜାର ନିକଟରେ ଏହି ଦୁର୍ଘଟଣା ଘଟିଥିଲା।

ସୂଚନା ଅନୁଯାୟୀ, ମହିଳାଜଣକ ବାଇକ୍‌ ପଛରେ ବସି ପୁରୀ ଅଭିମୁଖେ ସୁନାବେଶ ଦର୍ଶନ ପାଇଁ ଯାଉଥିଲେ। ରାସ୍ତାରେ ଅତ୍ୟଧିକ ଯାନବାହନ ଚଳାଚଳ ମଧ୍ୟରେ କୌଣସି କାରଣରୁ ସେ ବାଇକ୍‌ରୁ ଖସି ରାସ୍ତା ଉପରେ ପଡ଼ିଯାଇଥିଲେ। ଏହି ସମୟରେ ପଛପଟୁ ଆସୁଥିବା ଏକ ଇନୋଭା କାର୍‌ ତାଙ୍କ ଉପରେ ଚଢ଼ିଯାଇଥିଲା। ଘଟଣା ସମୟରେ ପେଟ୍ରୋଲିଂରେ ଥିବା ପିପିଲି ଆଇଆଇସି ସୌମେନ୍ଦୁ ଶେଖର ତ୍ରିପାଠୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଆହତ ମହିଳାଙ୍କୁ ପୁଲିସ ଭ୍ୟାନରେ ମଙ୍ଗଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ରିପୋର୍ଟ ଲେଖାଯିବା ସୁଦ୍ଧା ମୃତ ମହିଳାଙ୍କର ପରିଚୟ ସ୍ପଷ୍ଟ ହୋଇନଥିଲା। ତେବେ ତାଙ୍କ ବୟସ ପ୍ରାୟ ୩୫ରୁ ୪୫ ବର୍ଷ ମଧ୍ୟରେ ହୋଇଥିବା ବେଳେ ସେ ନୟାଗଡ଼ ଜିଲ୍ଲାର ବାସିନ୍ଦା ବୋଲି ପ୍ରାଥମିକ ସୂଚନା ମିଳିଛି। ଦୁର୍ଘଟଣା ଘଟାଇଥିବା ଇନୋଭା କାର୍‌କୁ ପୁଲିସ ଜବତ କରିବା ସହ ଚାଳକଙ୍କୁ ଅଟକ ରଖିଛି। ସାତଶଙ୍ଖ ଫାଣ୍ଡି ଅଧିକାରୀ ମନୋରଞ୍ଜନ ପରିଡା ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛନ୍ତି।

Leave A Reply

Your email address will not be published.