ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ନିଟ୍ (NEET-UG) ପରୀକ୍ଷାରେ ଅନିୟମିତତାକୁ ନେଇ ଗତ ୧୦ ଦିନ ଧରି ସୃଷ୍ଟି ହୋଇଥିବା ପରିସ୍ଥିତି ତାଙ୍କୁ ଗଭୀର ଭାବେ ବ୍ୟଥିତ କରିଥିବାରୁ ଏବଂ ଏହାର ସୁଯୋଗ ରାଷ୍ଟ୍ରବିରୋଧୀ ଶକ୍ତି ନ ନିଅନ୍ତୁ ବୋଲି ସେ ପଦତ୍ୟାଗ କରିଥିବା କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପଠାଇଥିବା ପଦତ୍ୟାଗପତ୍ରରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ, ପରୀକ୍ଷା ବ୍ୟବସ୍ଥାର ସ୍ୱଚ୍ଛତା ଏବଂ ଦେଶର ଏକତା ତାଙ୍କ ପାଇଁ ସର୍ବାଗ୍ରେ। ସେ ପ୍ରଧାନମନ୍ତ୍ରୀଙ୍କ ପ୍ରତି ଆସ୍ଥା ଓ ସହଯୋଗ ପାଇଁ କୃତଜ୍ଞତା ମଧ୍ୟ ଜଣାଇଛନ୍ତି। ପତ୍ରରେ ସେ ଉଲ୍ଲେଖ କରିଛନ୍ତି ଯେ, ନିଟ୍-ୟୁଜି ପରୀକ୍ଷାରେ ଅନିୟମିତତା ସାମ୍ନାକୁ ଆସିବା ପରେ ସରକାର ତୁରନ୍ତ ସିବିଆଇ ତଦନ୍ତର ନିର୍ଦ୍ଦେଶ ଦେଇଥିଲେ, ପରୀକ୍ଷାକୁ ବାତିଲ କରି ପୁନଃ ପରୀକ୍ଷା କରାଇଥିଲେ ଏବଂ ଆସନ୍ତା ବର୍ଷଠାରୁ କମ୍ପ୍ୟୁଟର ଆଧାରିତ ପରୀକ୍ଷା (CBT) ପ୍ରଣାଳୀ ଲାଗୁ କରିବାକୁ ନିଷ୍ପତ୍ତି ନେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଆରମ୍ଭରୁ ସେ ଏହି ଘଟଣାର ଦାୟିତ୍ୱ ନେଇଥିଲେ ଏବଂ କୌଣସି ମେଧାବୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ‘ପରୀକ୍ଷା ମାଫିଆ’ ପାଇଁ ନଷ୍ଟ ନ ହେଉ ବୋଲି ପ୍ରୟାସ କରିଥିଲେ। ଦେଶର ଯୁବପିଢ଼ିଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସେ ପଦତ୍ୟାଗ କରିଥିବା କହିଛନ୍ତି।

Leave A Reply

Your email address will not be published.