ଜଗତସିଂହପୁର: ଲଘୁଚାପଜନିତ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ସହ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରରେ ଆସନ୍ତାକାଲି ପାଇଁ ଛୁଟି ଘୋଷଣା କରାଯାଇଛି। ଏନେଇ ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବା ସହ ଯାତାୟାତ ବ୍ୟାହତ ହେବାର ଆଶଙ୍କା ରହିଛି। ଛାତ୍ରଛାତ୍ରୀ ଏବଂ ଶିଶୁମାନଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ଏହି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛି। ପ୍ରଶାସନ ପକ୍ଷରୁ ଅଭିଭାବକମାନଙ୍କୁ ମଧ୍ୟ ଅନାବଶ୍ୟକ ଭାବେ ଘରୁ ବାହାରକୁ ନଯିବା ଏବଂ ପିଲାମାନଙ୍କ ସୁରକ୍ଷା ପ୍ରତି ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି।
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ