ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର

0

ବୌଦ୍ଧ: ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଖୋର୍ଦ୍ଧା–ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ମାଧପୁର କଲୋନୀ ସାହି ଢାବା ନିକଟରେ ଆଜି ସକାଳେ ଏକ କାର ଓ ତେଲ ଟ୍ୟାଙ୍କର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ କାର ଚାଳକଙ୍କ ସମେତ ୩ ଜଣ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ସୋନପୁର ଜିଲ୍ଲା ତରଭା ଅଞ୍ଚଳର ଝିଲି ମହାପାତ୍ର (୪୫), ରମାକାନ୍ତ ମହାପାତ୍ର (୪୭) ଏବଂ ଚାଳକ ମହେନ୍ଦ୍ର ବେହେରାଙ୍କ ସହ ମୋଟ ୭ ଜଣ କାରରେ ପୁରୀରୁ ଫେରୁଥିଲେ। ମାଧପୁର ଢାବା ନିକଟର ଏକ ବୁଲାଣି ରାସ୍ତାରେ ବିପରୀତ ଦିଗରୁ ଆସୁଥିବା ଏକ ତେଲ ଟ୍ୟାଙ୍କର ସହ କାରଟିର ମୁହାଁମୁହିଁ ଧକ୍କା ହୋଇଥିଲା।

ଦୁର୍ଘଟଣା ପରେ କାରରେ ଥିବା ୭ ଜଣଙ୍କ ମଧ୍ୟରୁ ୩ ଜଣ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହଯୋଗରେ ସମସ୍ତ ଆହତଙ୍କୁ ପ୍ରଥମେ ପୁରୁଣାକଟକ ଡାକ୍ତରଖାନାକୁ ଏବଂ ପରେ ଉନ୍ନତ ଚିକିତ୍ସା ପାଇଁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣା ପରେ ପୁରୁଣାକଟକ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର କାରଣ ନେଇ ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.