ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ନାମରେ ନାମିତ ହେବ ଫୁଲବାଣୀ ସରକାରୀ ମେଡିକାଲ କଲେଜ

0

କନ୍ଧମାଳ: କନ୍ଧମାଳର ପୂଜ୍ୟ ସନ୍ଥ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ସ୍ମୃତିକୁ ଚିରସ୍ମରଣୀୟ କରିବା ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ କରାଯିବ। କନ୍ଧମାଳର ଜନଜାତି ସମାଜ ପାଇଁ ସ୍ୱାମୀଜୀଙ୍କ ଦୀର୍ଘଦିନର ସେବା, ତ୍ୟାଗ ଓ ଅବଦାନକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି।

ଏହା ସହିତ ଜଲେଶପଟ୍ଟାସ୍ଥିତ ସ୍ୱାମୀଜୀଙ୍କ ଆଶ୍ରମ, ଆଶ୍ରମ ସ୍କୁଲ ଓ କନ୍ୟାଶ୍ରମର ଉନ୍ନତି ପାଇଁ CMSA ପାଣ୍ଠିରୁ ₹୧୩ କୋଟି ମଞ୍ଜୁର କରାଯାଇଛି। ସ୍ୱାମୀଜୀଙ୍କ ଐତିହ୍ୟର ସଂରକ୍ଷଣ ଓ ଶିକ୍ଷାନୁଷ୍ଠାନଗୁଡ଼ିକର ବିକାଶ ଲକ୍ଷ୍ୟରେ ଏହି ଅର୍ଥ ବ୍ୟୟ କରାଯିବ। ୫ କୋଟି ବ୍ୟୟରେ ୩୦୦ ଆସନ ବିଶିଷ୍ଟ ଛାତ୍ରୀ ନିବାସ ନିର୍ମାଣ। ୩ କୋଟି ବ୍ୟୟରେ ସ୍ୱାମୀଜୀଙ୍କ ଐତିହ୍ୟ ସ୍ଥଳର ସଂରକ୍ଷଣ ଓ ବିକାଶ। ୬୦ ଲକ୍ଷ ବ୍ୟୟରେ ଜଲେଶପଟ୍ଟା ଆଶ୍ରମ, ଆଶ୍ରମ ସ୍କୁଲ ଓ ଛାତ୍ରୀ ନିବାସ ପାଇଁ ମେଗା ରିଭର ଲିଫ୍ଟ ଜଳଯୋଗାଣ ପ୍ରକଳ୍ପ।

ଏହା ବ୍ୟତୀତ ଶୌଚାଳୟ ନିର୍ମାଣ, ଛାତ୍ରୀ ନିବାସର ସମ୍ପ୍ରସାରଣ, ପ୍ରାଚୀର ନିର୍ମାଣ, ଶ୍ରେଣୀଗୃହ ଓ ହଷ୍ଟେଲ ଭବନର ନବୀକରଣ ପାଇଁ ମଧ୍ୟ ଆବଶ୍ୟକ ଅର୍ଥ ବ୍ୟବସ୍ଥା କରାଯାଇଛି। ରାଜ୍ୟ ସରକାରଙ୍କ ମତରେ, ଏହି ପଦକ୍ଷେପ ଦ୍ୱାରା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ସେବା ଓ ଆଦର୍ଶକୁ ଆଗାମୀ ପିଢ଼ି ପର୍ଯ୍ୟନ୍ତ ପହଞ୍ଚାଇବା ସହ କନ୍ଧମାଳର ଶିକ୍ଷା ଓ ଭିତ୍ତିଭୂମିର ବିକାଶକୁ ମଧ୍ୟ ଗତି ମିଳିବ।

Leave A Reply

Your email address will not be published.