ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଲୋକସଭାରେ ପାରିତ ହେଲା ସାର୍ବଜନୀନ ପରୀକ୍ଷା ସଂଶୋଧନ ବିଲ୍

0

ନୂଆଦିଲ୍ଲୀ: ସାର୍ବଜନୀନ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ଓ ଅନ୍ୟାୟକୁ ରୋକିବା ଲକ୍ଷ୍ୟରେ ଆଗତ ସାର୍ବଜନୀନ ପରୀକ୍ଷା (ଅନ୍ୟାୟ ନିବାରଣ) ସଂଶୋଧନ ବିଲ୍, ୨୦୨୬ ବୁଧବାର ଲୋକସଭାରେ ବାଚନିକ ଭୋଟ୍‌ରେ ପାରିତ ହୋଇଛି। ବିରୋଧୀ ଦଳର ହଟ୍ଟଗୋଳ ମଧ୍ୟରେ ବିଲ୍‌ଟିକୁ ଗୃହର ମଞ୍ଜୁରି ମିଳିଛି। ଏହା ପୂର୍ବରୁ ମଙ୍ଗଳବାର ବିଲ୍‌ ଉପରେ ପ୍ରାୟ ୯ ଘଣ୍ଟା ଧରି ବିସ୍ତୃତ ଆଲୋଚନା ହୋଇଥିଲା। ଶାସକ ଓ ବିରୋଧୀ ଦଳର ସାଂସଦମାନେ ପରୀକ୍ଷା ବ୍ୟବସ୍ଥାରେ ସ୍ୱଚ୍ଛତା, ଜବାବଦେହିତା ଏବଂ ସଂସ୍କାରର ଆବଶ୍ୟକତା ଉପରେ ମତ ରଖିଥିଲେ। ବୁଧବାର ଆଲୋଚନା ଶେଷ ହେବା ପରେ ବିଲ୍‌ଟିକୁ ବାଚନିକ ଭୋଟ୍‌ ପାଇଁ ରଖାଯାଇଥିଲା ଏବଂ ଏହା ଲୋକସଭାରେ ପାରିତ ହୋଇଥିଲା।

ସଂଶୋଧିତ ବିଲ୍‌ରେ ପେପର ଲିକ୍‌, ସଂଗଠିତ ପରୀକ୍ଷା ଠକେଇ ଏବଂ ଅନ୍ୟାନ୍ୟ ଅନ୍ୟାୟ ବିରୋଧରେ ଆଇନକୁ ଆହୁରି କଡ଼ାକଡ଼ି କରାଯାଇଛି। ନୂତନ ବ୍ୟବସ୍ଥା ଅନୁଯାୟୀ, ଏଭଳି ଅପରାଧରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ସର୍ବାଧିକ ୧୦ ବର୍ଷ କାରାଦଣ୍ଡ ଦିଆଯାଇପାରିବ। ଏହି ସଂଶୋଧନ ମାଧ୍ୟମରେ ପ୍ରତିଯୋଗିତାମୂଳକ ଓ ନିଯୁକ୍ତି ପରୀକ୍ଷାର ବିଶ୍ୱସନୀୟତା ସୁନିଶ୍ଚିତ କରିବା ସହ ପ୍ରଶ୍ନପତ୍ର ଲିକ୍ ଚକ୍ର ଉପରେ କଠୋର ଅଙ୍କୁଶ ଲଗାଇବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ସମ୍ପ୍ରତି ଦେଶର ବିଭିନ୍ନ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ସୃଷ୍ଟି ହୋଇଥିବା ବିବାଦ ପରେ, ଏହି ବିଲ୍‌କୁ ପରୀକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ଦେଖାଯାଉଛି।

Leave A Reply

Your email address will not be published.