ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ବନ୍ୟା ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

0

ଭୁବନେଶ୍ବର: ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଭାବିତ ଜିଲ୍ଲାଗୁଡ଼ିକର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବନ୍ୟା ପରିସ୍ଥିତିକୁ ଆକଳନ କରି ସ୍କୁଲ ଛୁଟି ଘୋଷଣା କରିବାର କ୍ଷମତା ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ପ୍ରଦାନ କରାଯାଇଛି।

ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତିର ସମୀକ୍ଷା ପରେ ମନ୍ତ୍ରୀ କହିଛନ୍ତି ଯେ, ବନ୍ୟାରେ ୬ଟି ଜିଲ୍ଲାର ୪୪ଟି ବ୍ଲକ ପ୍ରଭାବିତ ହୋଇଛି। ଏଥିମଧ୍ୟରେ ବାଲେଶ୍ୱରର ୧୨, ମୟୂରଭଞ୍ଜର ୧୩, ଢେଙ୍କାନାଳର ୮, ଭଦ୍ରକର ୫, ଯାଜପୁରର ୩ ଏବଂ ସମ୍ବଲପୁରର ୩ଟି ବ୍ଲକ ରହିଛି। ଏସଆରସିଙ୍କ ସୂଚନା ଅନୁଯାୟୀ, ୨୩୩ଟି ପଞ୍ଚାୟତ ଅଧୀନ ୭୪୮ଟି ଗାଁର ୨ ଲକ୍ଷ ୩ ହଜାରରୁ ଅଧିକ ଲୋକ ବନ୍ୟାରେ ପ୍ରଭାବିତ ହୋଇଛନ୍ତି। ଢେଙ୍କାନାଳ ଜିଲ୍ଲାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୨୮ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।

ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଉତ୍ତର ଓଡ଼ିଶାରେ ବନ୍ୟାର ପ୍ରଭାବ ଧୀରେ ଧୀରେ କମିବାର ସମ୍ଭାବନା ଥିବାବେଳେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରଭାବ ବଢ଼ିପାରେ। ମହାନଦୀରେ ମଧ୍ୟ ଜଳସ୍ତର ବୃଦ୍ଧିର ସମ୍ଭାବନା ରହିଛି। ତେବେ ନରାଜରେ ୯ ଲକ୍ଷ କ୍ୟୁସେକରୁ ଅଧିକ ଜଳ ପ୍ରବାହିତ ହେବାକୁ ଦିଆଯିବ ନାହିଁ ବୋଲି ସେ କହିଛନ୍ତି। ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ୁଥିବାରୁ ଆବଶ୍ୟକତା ଅନୁଯାୟୀ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ରାୟଗଡ଼ା, ଗଜପତି ଓ ମାଲକାନଗିରି ଜିଲ୍ଲାରେ ବର୍ଷା ଜାରି ରହିଥିବାରୁ ପ୍ରଶାସନ ସତର୍କ ନଜର ରଖିଛି।

Leave A Reply

Your email address will not be published.