ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଜାପାନରେ ଶକ୍ତିଶାଳୀ ଭୂମିକମ୍ପ: ୨୮ ମୃତ, ୬୨ ଆହତ

0

କୁମାମୋଟୋ: ଦକ୍ଷିଣ ଜାପାନର କୁମାମୋଟୋ ଅଞ୍ଚଳରେ ବୁଧବାର ରିକ୍ଟର ସ୍କେଲରେ ୭.୧ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଏହି ଭୂମିକମ୍ପରେ ଅତି କମରେ ୨୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬୨ ଜଣ ଆହତ ହୋଇଛନ୍ତି। ପ୍ରବଳ କମ୍ପନ ଯୋଗୁଁ ଏକ ସପିଂ ମଲ୍ ସମେତ ଅନେକ ଘର ଭୁଶୁଡ଼ି ପଡ଼ିଛି। ଧ୍ୱଂସସ୍ତୂପ ତଳେ ଲୋକ ଫସି ରହିଥିବା ଆଶଙ୍କାରେ ଉଦ୍ଧାରକାରୀ ଦଳ ବ୍ୟାପକ ତଲାସି ଅଭିଯାନ ଚଳାଇଛନ୍ତି। ଉଦ୍ଧାର କାର୍ଯ୍ୟ ସମୟରେ ଧ୍ୱଂସସ୍ତୂପ ମଧ୍ୟରୁ ୨୮ଟି ମୃତଦେହ ଉଦ୍ଧାର କରାଯାଇଛି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା ଚାଲିଛି। ସ୍ଥାନୀୟ ପ୍ରଶାସନ ଓ ଜରୁରୀକାଳୀନ ସେବା ସଂସ୍ଥାଗୁଡ଼ିକ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଜାରି ରଖିଛନ୍ତି।

Leave A Reply

Your email address will not be published.