ପ୍ରମୁଖ ଖବର

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍‌ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍‌ ପଛରେ ପିଟିହେଲା କାର୍‌, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ

ପାତ୍ରପଡା ସୂତା କାରଖାନାରେ ଭୟାବହ ଅଗ୍ନିକାଣ୍ଡ

0

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରର ପାତ୍ରପଡା ଅଞ୍ଚଳରେ ସୋମବାର ଏକ ସୂତା ଓ ତୁଳା କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ କାରଖାନାରେ ଗଚ୍ଛିତ ବହୁ ପରିମାଣର ସୂତା, ତୁଳା ଓ ଅନ୍ୟାନ୍ୟ ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷତିଗ୍ରସ୍ତ ହୋଇଛି।

ଖବର ପାଇବା ପରେ ତମାଣ୍ଡୋ ଅଗ୍ନିଶମ କେନ୍ଦ୍ରର ଦୁଇଟି ଟିମ୍‌ ପ୍ରଥମେ ଘଟଣାସ୍ଥଳରେ ପହଞ୍ଚି ଅଗ୍ନି ନିର୍ବାପନ କାର୍ଯ୍ୟ ଆରମ୍ଭ କରିଥିଲେ। ପରେ ଜଟଣୀ ଅଗ୍ନିଶମ ବାହିନୀ, ଷ୍ଟ୍ରାଇକିଂ ଫାୟାର ଫୋର୍ସ ଏବଂ କେନ୍ଦ୍ରୀୟ ରେଞ୍ଜର ଅତିରିକ୍ତ ଟିମ୍‌ ମଧ୍ୟ ଏହି ଅଭିଯାନରେ ସାମିଲ ହୋଇଥିଲେ। ନିଆଁର ପ୍ରକୋପ ଅଧିକ ଥିବାରୁ ରୋବୋଟିକ୍ ମନିଟରର ସହାୟତାରେ ମଧ୍ୟ ଅଗ୍ନି ନିର୍ବାପନ କରାଯାଇଥିଲା। ଦୀର୍ଘ ସମୟର ଉଦ୍ୟମ ପରେ ଅଗ୍ନିଶମ ବାହିନୀ ନିଆଁକୁ ନିୟନ୍ତ୍ରଣକୁ ଆଣିଥିଲେ। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଘଟଣାର ତଦନ୍ତ ଚାଲିଥିବା ବେଳେ କ୍ଷୟକ୍ଷତିର ସଠିକ୍ ଆକଳନ କରାଯାଉଛି।

Leave A Reply

Your email address will not be published.