ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ

0

ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନରେ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟର ଆର୍ଥିକ ପ୍ରଦର୍ଶନ, କ୍ୟାବିନେଟ୍ ନିଷ୍ପତ୍ତିର ସମୟବଦ୍ଧ କାର୍ଯ୍ୟାନ୍ୱୟନ, ବନ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ଏବଂ ‘ବିକଶିତ ଓଡ଼ିଶା–୨୦୩୬ ଓ ୨୦୪୭’ ଲକ୍ଷ୍ୟରେ ଗଜପତି ଜିଲ୍ଲାର ବିକାଶ ରୂପରେଖ ଉପରେ ବିସ୍ତୃତ ସମୀକ୍ଷା କରାଯାଇଛି।

ବୈଠକ ଆରମ୍ଭରେ ମୁଖ୍ୟ ଶାସନ ସଚିବ ପୁରୀ ରଥଯାତ୍ରାର ସଫଳ ପରିଚାଳନା ଏବଂ ସାମ୍ପ୍ରତିକ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା ପାଇଁ ସମ୍ପୃକ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ପ୍ରଶଂସା କରିଥିଲେ। ସେ ବନ୍ୟା ପରବର୍ତ୍ତୀ ରିଲିଫ୍‌, ଘାଇ ମରାମତି ଏବଂ ସ୍ୱାସ୍ଥ୍ୟସେବାକୁ ଅଧିକ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ର ବୈଠକରେ ରାଜ୍ୟର ଆର୍ଥିକ ସ୍ଥିତି ଉପସ୍ଥାପନ କରିଥିଲେ। ଗତବର୍ଷ ତୁଳନାରେ ଚଳିତ ବର୍ଷ ଜୁଲାଇ ଶେଷ ସୁଦ୍ଧା ରାଜସ୍ୱ ଆଦାୟରେ ଉଲ୍ଲେଖନୀୟ ବୃଦ୍ଧି ଘଟିଥିବାବେଳେ ଭିତ୍ତିଭୂମି କ୍ଷେତ୍ରରେ ପୁଞ୍ଜି ବ୍ୟୟ ୨୦.୨ ପ୍ରତିଶତ ଏବଂ ସାମାଜିକ କ୍ଷେତ୍ରରେ ୧୬.୧ ପ୍ରତିଶତ ବୃଦ୍ଧି ପାଇଥିବା ସେ ସୂଚନା ଦେଇଥିଲେ।

‘ବିକଶିତ ଓଡ଼ିଶା’ ଅଭିଯାନ ଅଧୀନରେ ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ୨୫ଟି ପ୍ରମୁଖ ପ୍ରକଳ୍ପର ରୋଡମ୍ୟାପ୍ ଉପସ୍ଥାପନ କରିଥିଲେ। ଏଥିରେ ଜିରାଙ୍ଗ ବୌଦ୍ଧପୀଠର ବିକାଶ, ମହେନ୍ଦ୍ରଗିରି ଇକୋ-ଟୁରିଜିମ୍‌, ପାରଳାଖେମୁଣ୍ଡିର ଐତିହ୍ୟବାହୀ ‘ବୃନ୍ଦାବନ ରାଜପ୍ରାସାଦ’ର ସଂରକ୍ଷଣ, ଜାତୀୟ ରାଜପଥ-୩୨୬ର ସମ୍ପ୍ରସାରଣ ଏବଂ ୨୦୨୭ ସୁଦ୍ଧା ମେଗା ପାନୀୟ ଜଳ ପ୍ରକଳ୍ପ ସମ୍ପୂର୍ଣ୍ଣ କରିବା ଭଳି ଯୋଜନା ସାମିଲ ରହିଛି।
ଶିକ୍ଷା କ୍ଷେତ୍ରରେ ଗଜପତି ଜିଲ୍ଲାର ସଫଳତାକୁ ମଧ୍ୟ ବୈଠକରେ ପ୍ରଶଂସା କରାଯାଇଥିଲା। ‘ପ୍ରୟାସ ସୁପର-୩୦’ କାର୍ଯ୍ୟକ୍ରମ ଯୋଗୁଁ ୨୦୨୫ ମାଟ୍ରିକ ପରୀକ୍ଷାରେ ଜିଲ୍ଲା ୯୯.୩୫ ପ୍ରତିଶତ ପାସ୍ ହାର ହାସଲ କରିବା ସହ NIEPAର ଜାତୀୟ ପୁରସ୍କାର ପାଇଁ ମନୋନୀତ ହୋଇଥିବାରୁ ଜିଲ୍ଲା ପ୍ରଶାସନର କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରାଯାଇଥିଲା।

ବୈଠକରେ ମୁଖ୍ୟ ଶାସନ ସଚିବ ସମସ୍ତ ସଚିବଙ୍କୁ କ୍ୟାବିନେଟ୍‌ରେ ନିଆଯାଇଥିବା ନିଷ୍ପତ୍ତିଗୁଡ଼ିକର ସମୟବଦ୍ଧ କାର୍ଯ୍ୟାନ୍ୱୟନ, ନିୟମିତ ସମୀକ୍ଷା ଓ ଅନୁପାଳନ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଉନ୍ନୟନ କମିଶନର ଦେଓରଞ୍ଜନ କୁମାର ସିଂ ସଚିବମାନଙ୍କୁ ନିୟମିତ ଜିଲ୍ଲା ଗସ୍ତ, ସାଇବର ଅପରାଧ ନିୟନ୍ତ୍ରଣ ଏବଂ ନିଶାମୁକ୍ତ ଅଭିଯାନର ପ୍ରଭାବୀ କାର୍ଯ୍ୟାନ୍ୱୟନ ଉପରେ ବିଶେଷ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ।

Leave A Reply

Your email address will not be published.