ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

ଫ୍ଲାଏଓଭରରେ ବସ୍ ଧକ୍କା, ବାଇକ୍ ଆରୋହୀ ମୃତ

0

ଭୁବନେଶ୍ବର: ଭୁବନେଶ୍ୱରର ଆଇଗିଣୀଆ ଫ୍ଲାଏଓଭରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତଗାମୀ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ଧକ୍କା ଦେଇଥିବା ଗାଡ଼ିଟି ଓଆରସିଟିସି ବସ୍‌ ବୋଲି ପ୍ରତ୍ୟକ୍ଷଦର୍ଶୀମାନେ ଦାବି କରିଛନ୍ତି। ଦୁର୍ଘଟଣା ପରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହେବାରୁ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଘଟଣାରେ ଉତ୍ତ୍ୟକ୍ତ ସ୍ଥାନୀୟ ଲୋକେ ଦୋଷୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କରି ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ରାଜପଥର ଉଭୟ ପାର୍ଶ୍ୱରେ ଶହ ଶହ ଯାନବାହନ ଅଟକି ରହିଥିଲା। ଯାତାୟାତ ଗୁରୁତର ଭାବେ ପ୍ରଭାବିତ ହୋଇଥିଲା।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା। ଦୁର୍ଘଟଣା ଘଟାଇଥିବା ବସ୍‌କୁ ଚିହ୍ନଟ କରିବା ସହ ଘଟଣାର ତଦନ୍ତ ଜାରି ରହିଛି।

Leave A Reply

Your email address will not be published.