ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଫ୍ଲାଏଓଭରରେ ବସ୍ ଧକ୍କା, ବାଇକ୍ ଆରୋହୀ ମୃତ

0

ଭୁବନେଶ୍ବର: ଭୁବନେଶ୍ୱରର ଆଇଗିଣୀଆ ଫ୍ଲାଏଓଭରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତଗାମୀ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ଧକ୍କା ଦେଇଥିବା ଗାଡ଼ିଟି ଓଆରସିଟିସି ବସ୍‌ ବୋଲି ପ୍ରତ୍ୟକ୍ଷଦର୍ଶୀମାନେ ଦାବି କରିଛନ୍ତି। ଦୁର୍ଘଟଣା ପରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହେବାରୁ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଘଟଣାରେ ଉତ୍ତ୍ୟକ୍ତ ସ୍ଥାନୀୟ ଲୋକେ ଦୋଷୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି କରି ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ରାଜପଥର ଉଭୟ ପାର୍ଶ୍ୱରେ ଶହ ଶହ ଯାନବାହନ ଅଟକି ରହିଥିଲା। ଯାତାୟାତ ଗୁରୁତର ଭାବେ ପ୍ରଭାବିତ ହୋଇଥିଲା।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା। ଦୁର୍ଘଟଣା ଘଟାଇଥିବା ବସ୍‌କୁ ଚିହ୍ନଟ କରିବା ସହ ଘଟଣାର ତଦନ୍ତ ଜାରି ରହିଛି।

Leave A Reply

Your email address will not be published.